ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଭିତରକନିକା
ଭୁବନେଶ୍ୱର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ପର୍ଯ୍ୟଟକ ମାନଙ୍କ ପାଇଁ ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ଠାରୁ ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ମାସ ଏହା ବନ୍ଦ ରହିଥାଏ। ବହୁଦିନ ପରେ ଜାତୀୟ ଉଦ୍ୟାନ ଖୋଲୁଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି। […]
ଭୁବନେଶ୍ୱର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ପର୍ଯ୍ୟଟକ ମାନଙ୍କ ପାଇଁ ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ଠାରୁ ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ମାସ ଏହା ବନ୍ଦ ରହିଥାଏ। ବହୁଦିନ ପରେ ଜାତୀୟ ଉଦ୍ୟାନ ଖୋଲୁଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି। ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଛି।
ଭିତରକନିକାରେ ପର୍ଯ୍ୟଟକମାନେ ପ୍ରକୃତିର ମନୋରମ ଦୃଶ୍ୟ ଉପଭୋଗ କରିବା ସହିତ ନୈାବିହାର ଓ ସ୍କାଏ ଓ୍ଵାକରେ ଜଙ୍ଗଲ ଉପରେ ଚାଲିଚାଲି ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ । ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ଜଳ ଓ ସ୍ଥଳପଥରେ ଡାଙ୍ଗମାଳରେ ସିଧାସଳଖ ପହଞ୍ଚି ଭିତରକନିକାକୁ ପ୍ରବେଶ କରିପାରିବେ। ସେଠାରେ ଜଳପଥରେ ବଉଳା କୁମ୍ଭୀର, ଦେଶୀ ଓ ବିଦେଶୀ ପକ୍ଷୀ, ହରିଣ, ବାର୍ହା, ସମ୍ବର, ଝିଙ୍କ ଆଦି ନାନା ପଶୁପକ୍ଷୀ ସହିତ ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପ୍ରଥମ ସ୍କାଏୱାକ୍ ବ୍ରିଜ୍, ୱାଚ୍ ଟାୱର୍, ସେଲ୍ଫି ପଏଣ୍ଟ, ମ୍ୟାନଗ୍ରୁଭ୍ ମେଟା ନର୍ସରି, ବୋଟ୍ ଲାଇବ୍ରେରି, ସହିଦ୍ ସ୍ତମ୍ଭ, କୁମ୍ଭୀର ପ୍ରଜନନ କେନ୍ଦ୍ର ଆଦି ଦେଖିପାରିବେ। ଚଳିତ ବର୍ଷ ବନ ବିଭାଗ ପକ୍ଷରୁ ମ୍ୟୁଜିୟମ୍କୁ ନୂଆରୂପ ଦିଆଯାଇଛି। ଭିତରକନିକା ଖୋଲିଥିବାରୁ ପର୍ଯ୍ୟଟକଙ୍କ ସହ ଭିତରକନିକା ଉପରେ ନିର୍ଭର କରୁଥିବା ବୋଟ , ହୋଟେଲ , ଟ୍ରାଭେଲ୍ ଏଜେନ୍ସି, ଛୋଟ ବ୍ୟବସାୟ , ଟୁରିଷ୍ଟ ଗାଇଡ଼ ମାନେ ଚଳଚଞ୍ଚଳ ହୋଇ ଉଠିଛନ୍ତି ।




