ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ବାଧ୍ୟତା ମୂଳକ ହେବ ବାୟୋମେଟ୍ରିକ
ଭୁବନେଶ୍ୱର : ରାଜ୍ୟରେ ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ଲାଗିବ ବାୟୋ ମେଟ୍ରିକ । ସମସ୍ତ କାର୍ଯ୍ୟାଳୟରେ ବାୟୋମେଟ୍ରିକ ଲାଗୁ ହେବା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନେଇଛନ୍ତି ନିଷ୍ପତ୍ତିି । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ରାଜ୍ୟ ସରକାର । ଯେଉଁ ସବୁ ସରକାରୀ ଅଫିସରେ ବାୟୋମେଟ୍ରିକ ଆଟେଣ୍ଡାନସ ସିଷ୍ଟମ ନାହିଁ ସେଠାରେ ତୁରନ୍ତ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା କରିବାକୁ କୁହାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି […]
ଭୁବନେଶ୍ୱର : ରାଜ୍ୟରେ ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ଲାଗିବ ବାୟୋ ମେଟ୍ରିକ । ସମସ୍ତ କାର୍ଯ୍ୟାଳୟରେ ବାୟୋମେଟ୍ରିକ ଲାଗୁ ହେବା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନେଇଛନ୍ତି ନିଷ୍ପତ୍ତିି । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ରାଜ୍ୟ ସରକାର ।
ଯେଉଁ ସବୁ ସରକାରୀ ଅଫିସରେ ବାୟୋମେଟ୍ରିକ ଆଟେଣ୍ଡାନସ ସିଷ୍ଟମ ନାହିଁ ସେଠାରେ ତୁରନ୍ତ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା କରିବାକୁ କୁହାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କନିଷ୍ଠ କର୍ମଚାରୀଙ୍କଠାରୁ ଆରମ୍ଭ କରି ସର୍ବୋଚ୍ଚ ପଦବୀରେ ଥିବା ଅଧିକାରୀଙ୍କ ପାଇଁ ଏହା ଲାଗୁ ହେବ । ଅଫିସକୁ କର୍ମଚାରୀମାନେ ବିଳମ୍ବରେ ଆସୁଥିବା ଅଭିଯୋଗ ହେଉଥିବା ବେଳେ ଏଥିରେ ରୋକ ଲଗାଇବା ପାଇଁ ରାଜ୍ୟ ସରକାରଙ୍କ ସବୁ ଅଫିସରେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏ ସଂକ୍ରାନ୍ତ ଡାଟାକୁ ଏନଆଇସି ଦ୍ବାରା ବିକଶିତ ବାୟୋମେଟ୍ରିକ ଆଟେଣ୍ଡାନସ ସିଷ୍ଟମ ପୋର୍ଟାଲକୁ ଲିଙ୍କ କରିବାକୁ କୁହାଯାଇଛି । ସବୁ ସରକାରୀ କର୍ମଚାରୀ ଅଫିସରେ ପହଞ୍ଚିବା ଓ ଅଫିସ ଛାଡ଼ିବା ବେଳେ ବାୟୋମେଟ୍ରିକ ଆଟେଣ୍ଡାନ୍ସ ବ୍ୟବସ୍ଥାରେ ଉପସ୍ଥାନ ଦେବେ ।




