ବିଜେପି କୋର୍‌ କମିଟି ବୈଠକ ଆରମ୍ଭ,ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା କୋର୍‌ କମିଟି ବୈଠକ । ପ୍ରଥମ ପର୍ଯ୍ୟାୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ଯୋଗଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା, ଜୁଏଲ ଓରାମ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏମ୍‌ପି ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ କୋର କମିଟିର ଅନ୍ୟ ସମସ୍ତ […]

ବିଜେପି କୋର୍‌ କମିଟି ବୈଠକ ଆରମ୍ଭ,ଯୋଗଦେଲେ ମୁଖ୍ୟମନ୍ତ୍ରୀ
Samaya Live Picture
Published On

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା କୋର୍‌ କମିଟି ବୈଠକ । ପ୍ରଥମ ପର୍ଯ୍ୟାୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ଯୋଗଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା, ଜୁଏଲ ଓରାମ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏମ୍‌ପି ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ କୋର କମିଟିର ଅନ୍ୟ ସମସ୍ତ ସଦସ୍ୟମାନେ ମଧ୍ୟ ଉପସ୍ଥିତ ରହିଛନ୍ତି।

ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଆଗକୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ରହିଥିବା ବେଳେ ଦଳର ରଣନୀତି ଏବଂ ସଂଗଠନକୁ କିପରି ମଜଭୁତ କରାଯିବ ସେନେଇ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷେ ସଭାପତି ଚୟନକୁ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇପାରି ବୋଲି ଜଣାପଡିଛି।

Tags: