ଆଜି ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

ଭୁବନେଶ୍ୱର : ଆଜି ଦିନିକିଆ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ତୁମୁଡ଼ିବନ୍ଧ ଓ ପୁରୀ ସଂସଦୀୟ କ୍ଷେତ୍ରର ବାଣପୁରରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହ ଏହି ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ବାଣପୁର ପୂର୍ବରୁ କନ୍ଧମାଳ ତୁମୁଡ଼ିବନ୍ଧରେ ନଡ୍ଡା ଏକ ଜନସଭା କରିବେ । ଭୁବନେଶ୍ୱରରେ ଜେ.ପି. ନଡ୍ଡା ପହଞ୍ଚିବା […]

Samaya Live Picture
Published On

ଭୁବନେଶ୍ୱର : ଆଜି ଦିନିକିଆ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ତୁମୁଡ଼ିବନ୍ଧ ଓ ପୁରୀ ସଂସଦୀୟ କ୍ଷେତ୍ରର ବାଣପୁରରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହ ଏହି ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ବାଣପୁର ପୂର୍ବରୁ କନ୍ଧମାଳ ତୁମୁଡ଼ିବନ୍ଧରେ ନଡ୍ଡା ଏକ ଜନସଭା କରିବେ ।

ଭୁବନେଶ୍ୱରରେ ଜେ.ପି. ନଡ୍ଡା ପହଞ୍ଚିବା ପରେ ସିଧାସଳଖ କନ୍ଧମାଳ ଲୋକସଭା ଓ ବାଲିଗୁଡା ବିଧାନସଭା ମଣ୍ଡଳୀ ଅନ୍ତର୍ଗତ ତୁମୁଡିବନ୍ଧ ଗସ୍ତ କରିବେ। ସେଠାରେ ପୂର୍ବାହ୍ନ ୧୧.୩୦ ସମୟରେ ମିନି ଷ୍ଟାଡିୟମଠାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଯୋଗ ଦେବା ପରେ ଜଳେଶପଟା ଆଶ୍ରମ଼ସ୍ଥିତ ନୂତନ କନ୍ୟାଶ୍ରମର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ସେ ପୁରୀ ଲୋକସଭା ଓ ଚିଲିକା ବିଧାନସଭା ଅନ୍ତର୍ଗତ ବାଣପୁର ପଲଟନ୍ ପଡ଼ିଆରେ ଅପରାହ୍ନ ୩ଟାରେ ସାଧାରଣ ସଭାରେ ଯୋଗ ଦେବେ। ପରେ ସେ ବାଣପୁରସ୍ଥିତ ମା’ ଭଗବତୀ ମନ୍ଦିର ଯାଇ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ପରେ ନାଚୁଣୀସ୍ଥିତ କଲେଜରେ ଇନଡୋର ଷ୍ଟାଡିୟମରେ କାର୍ଯ୍ୟକତ୍ତା ସମ୍ମିଳନୀରେ ଯୋଗ ଦେବେ। ଏହା ପରେ ନଡ୍ଡା ସଡକ ପଥରେ ଭୁବନେଶ୍ୱର ଫେରି ଆସି ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି। ନଡ୍ଡାଙ୍କ ଗସ୍ତ ପାଇଁ ଉଭୟ ତୁମୁ଼ଡ଼ିବନ୍ଧ ଓ ବାଣପୁରରେ ବ୍ୟାପକ ଆୟୋଜନ କରାଯାଇଛି। ଯେହେତୁ ଜଲେସପଟ୍ଟା ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସ୍ୱରସ୍ୱତୀଙ୍କୁ ହତ୍ୟା କରାଯାଇଥିଲା, ସେଠାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି।