କୁଆଖାଇ ରୁ ଯୁବକଙ୍କ ମୃତଦେହ ଉଦ୍ଧାର

କୁଆଖାଇ ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ବର ଉପକଣ୍ଠ କୁଆଖାଇ ନଦୀପଠାରୁ ଯୁବକଙ୍କ ମୃତଦେହ ଉଦ୍ଧାର । ବରିମୁଣ୍ଡ ବାଲିଯାତ୍ରା ପଡ଼ିଆ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ଆନୁମାନିକ ବୟସ ୪୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି । ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ । ମୃତକର ପରିଚୟ ମିଳିନଥିବା ବେଳେ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି ମଞ୍ଚେଶ୍ବର ଥାନା ପୋଲିସ । 

ସମ୍ବନ୍ଧିତ ଖବର ଏପ୍ରିଲ୍‌ ୨ରୁ ଯୁକ୍ତ ଦୁଇ ଖାତା ଦେଖା

ସୂଚନାନୁସାରେ, ଆଜି ସକାଳୁ ଜଣେ ଯୁବକଙ୍କ ମୃତଦେହ ପାଣିରେ ଭାସୁଥିବା ସ୍ଥାନୀୟ ଗ୍ରାମବାସୀ ଦେଖିବାକୁ ପାଇଥିଲେ । ଖବର ପାଇ ମଞ୍ଚେଶ୍ୱର ଥାନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ନଦୀରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇ ଥିଲେ । ତାଙ୍କ ଶରୀରରେ ବିଭିନ୍ନ ସ୍ଥାନରେ କ୍ଷତ ସ୍ଥାନ ରହିଥିବାବେଳେ ଏହା ହତ୍ୟା ନା ଆତ୍ମହତ୍ୟା ବ୍ୟବଚ୍ଛେଦ ରିପୋର୍ଟ ହସ୍ତଗତ ପରେ ସ୍ପଷ୍ଟ ହେବ ।

ସମ୍ବନ୍ଧିତ ଖବର ବିକ୍ରମ ପଣ୍ଡାଙ୍କ ଜାମିନ ଆବେଦନ ଘୁଞ୍ଚିଲା

Tags: