୧୦ ଟି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ୧୦ଟି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକରେ ମନ୍ତ୍ରୀ ପରିଷଦର ସଦସ୍ୟ ଓ ବିଭାଗୀୟ ସଚିବମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ୱାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି । ୧-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରଥମ ପ୍ରସ୍ତାବ ବୈଠକ ରେ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ୧୦ଟି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକରେ ମନ୍ତ୍ରୀ ପରିଷଦର ସଦସ୍ୟ ଓ ବିଭାଗୀୟ ସଚିବମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ୱାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ।

୧-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରଥମ ପ୍ରସ୍ତାବ

ବୈଠକ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,ପ୍ରତି ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ନିଷ୍ପତ୍ତି ନେଇଛନ୍ତି । ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଏହା ଆରମ୍ଭ ହେବ । ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତଗୁଡ଼ିକରେ ଏହାକୁ ପହଞ୍ଚାଯିବ । ପ୍ରତି ବିଦ୍ୟାଳୟ ପିଛା ୪-୫କୋଟି ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ୧୨ ହଜାର କୋଟି ଟଙ୍କା ରାଜ୍ୟ ସରକାର ବ୍ୟୟ କରିବେ ସରକାର। ରାଜ୍ୟର ମୋଟ ୬୭୯୪ଟି ପଞ୍ଚାୟତରେ ଏପରି ଫିଡର ସ୍କୁଲ୍‌ ଚିହ୍ନଟ କରାଯିବ। ଏହାସହ ୨୦୨୮ ସୁଦ୍ଧା ସମସ୍ତ ଶିକ୍ଷକ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କହିଛନ୍ତି ।

୨- ଅର୍ଥ ବିଭାଗର ଦ୍ୱିତୀୟ ପ୍ରସ୍ତାବ

ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବୁ। ଏନେଇ ଆଜି କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ। ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବେ ସରକାର।

୩-ସେମି କଣ୍ଡକଟର ନିର୍ମାଣ

ଆଇ ଆର ପାୱାର କମିଶନ ଲିମିଟେଡ଼ କୁ ଅଧିକ ସ୍ୱତନ୍ତ୍ର ଆର୍ଥିକ ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର। ପୂର୍ବରୁ ୩୦ ପ୍ରତିଶତ ଆର୍ଥିକ ସହାୟତା ଦିଆଯାଉ ଥିବା ବର୍ତ୍ତମାନ ଆଉ ୨୦ ପ୍ରତିଶତ ଯୋଗାଇ ଦିଆଯିବ । ଏଥିପାଇଁ ରାଜ୍ୟ ସରକାର ୧୧୦ କୋଟି ଟଙ୍କା ବ୍ୟୟ କରିବେ ।

୪ – ଶୀତଳ ଭଣ୍ଡାର ପାଇଁ ଆର୍ଥିକ ବ୍ୟବସ୍ଥା

ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବେ ସରକାର। ପୁଞ୍ଜି ବିନିଯୋଗ ସବସିଡି ଜରିଆରେ ୬୦ ପ୍ରତିଶତ ସବସିଡ଼ି ଯୋଗାଇ ଦେବେ ସରକାର । ସହ ୬ କୋଟି ୫୦ ଲକ୍ଷ ଟଙ୍କା ର ଆର୍ଥିକ ସହାୟତା ଉପରେ ସବସିଡି ଦେବେ ସରକାର । ୪ ଟି ସ୍ଲାବ ରେ ସହାୟତା ଯୋଗାଇ ଦେବେ ରାଜ୍ୟ ସରକାର । ବିଦ୍ୟୁତ ସବସିଡି ବି ଯୋଗାଇ ଦେବେ ସରକାର । ଅଣ କାର୍ଯ୍ୟକ୍ଷମ ଶୀତଳ ଭଣ୍ଡାର କୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ତଦନ୍ତ କରି ଚୟନ କରାଯିବ । ସେହି କ୍ଷେତ୍ରରେ ମଧ୍ୟ ଆର୍ଥିକ ସହାୟତା ରାଜ୍ୟ ସରକାର ଯୋଗାଇ ଦେବେ । ଦେଢ଼ କୋଟି ଟଙ୍କା ର ଆର୍ଥିକ ସହାୟତା ବି ରାଜ୍ୟ ସରକାର ଯୋଗାଇ ଦେବେ ।

୫ – ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ

ଗ୍ରାମାଞ୍ଚଳର ତ୍ୱରିତ ବିକାଶ ପାଇଁ ନୂଆ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ଆରମ୍ଭ କରିଛନ୍ତି । ଏହି ଯୋଜନା କୁ ଆଜି ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଚଳିତ ଆର୍ଥିକ ବର୍ଷ ୧୦୦୦ କୋଟି ଟଙ୍କା ର ବ୍ୟୟ ବରାଦ କରାଯାଇଛି। ପ୍ରତି ବର୍ଷ ୧୦୦୦ କୋଟି ଟଙ୍କାର ବ୍ୟୟ ବରାଦ ହେବ । ଆସନ୍ତା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ । ସବୁ ନିଷ୍ପତ୍ତି ଗ୍ରାମସଭା ଦ୍ୱାରା ନିର୍ଣ୍ଣୟ ହେବ । ପରେ ତାହା ଜିଲ୍ଲାପାଳ ଙ୍କ ଅନୁମୋଦନ ହେବ। ଏଥିପାଇଁ ୫ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।

୬ – ପୂରଣ ହେବ ୫ ହଜାର ଡାକ୍ତର ପଦବୀ

ଓଡ଼ିଶା ଡାକ୍ତରୀ ଓ ସ୍ୱାସ୍ଥ୍ୟ ସେବା ନିୟମାବଳୀ କୁ ରାଜ୍ୟ କ୍ୟାବିନେଟ ରେ ସଂଶୋଧନ କରାଯାଇଛି । ଡାକ୍ତର ନିଯୁକ୍ତି ଅଭାବ କୁ ଦୂର କରି ଡାକ୍ତର ସମସ୍ୟା ଦୂର ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ୫୦୦୦ ନୂଆ ଡାକ୍ତର ଏବଂ ୧୨୬ ଦନ୍ତ ଚିକିତ୍ସିକ କୁ ନିଯୁକ୍ତି ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ।

୭ – ଶକ୍ତି ବିଭାଗର ଗୋଟିଏ ପ୍ରସ୍ତାବ କୁ ମଧ୍ୟ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ସେହିପରି ଆଇନ ବିଭାଗର ଗୋଟିଏ ସଂଶୋଧନ କୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ଼ କରାଯାଇଛି। ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ଦେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାଧାରଣ ବର୍ଗଙ୍କୁ ମଧ୍ୟ ୫୦% ପର୍ଯ୍ୟନ୍ତ ସବସିଡି ପ୍ରଦାନ କରିବୁ । ଏହିପରି ଭାବେ ୧୦ ଟି ପ୍ରସ୍ତାବ କୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି ।

Tags: