୪ଟି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟ ର ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ I କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପସ୍ଥାପିତ ହୋଇଥିବାବେଳେ ୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଗୃହ ଓ ନଗର ଉନ୍ନୟନ ବିଭାଗରେ ମୁଖ୍ୟମନ୍ତ୍ରୀ ସହର ବିକାଶ ଯୋଜନା ପାଇଁ ୬ହଜାର ଶହେ କୋଟି ଅନୁମୋଦିତ […]
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟ ର ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ I କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପସ୍ଥାପିତ ହୋଇଥିବାବେଳେ ୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ଗୃହ ଓ ନଗର ଉନ୍ନୟନ ବିଭାଗରେ ମୁଖ୍ୟମନ୍ତ୍ରୀ ସହର ବିକାଶ ଯୋଜନା ପାଇଁ ୬ହଜାର ଶହେ କୋଟି ଅନୁମୋଦିତ କରାଯାଇଛି। ଫଳରେ ସହରର ଭିତ୍ତିଭୂମି ଉନ୍ନତି ହେବା ସହ ନୂତନ ନିଯୁକ୍ତି ସୃଷ୍ଟି ହେବ।
ଜୈବ ପ୍ରଯୁକ୍ତି ବିଜ୍ଞାନର ବିକାଶ ଯୋଜନାକୁ ମଞ୍ଜୁରୀ ମିଳିଛି। ଏଥିରେ ୫ ବର୍ଷ ପାଇଁ ୧୧୧୩ କୋଟି ଟଙ୍କା ଖର୍ଚ୍ଚ ହେବାକୁ ବ୍ୟୟ ବରାଦ କରାଯାଇଛି।
ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ Narcotics Control Bureau ଚନ୍ଦ୍ରଶେଖରପୁରଠାରେ ଆବଣ୍ଟିତ ଅତିରିକ୍ତ ସରକାରୀ ଜମି ଏ.୦.୬୪୪ଡି.ର ଅଧୂମୂଲ୍ୟ ବାବଦକୁ ଟ.୨,୬୦,୮୨,୦୦୦/(ଦୁଇ କୋଟି ଷାଠିଏ ଲକ୍ଷ ବୟାଅଶୀ ହଜାର) ଛାଡ଼ କରିବା ନିମନ୍ତେ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।
ଛେଳିଗଡ଼ ଜଳ ସେଚନ ପ୍ରକଳ୍ପର କଂକ୍ରିଟ ଡ୍ୟାମ ଏବଂ ସିଙ୍ଗିଲ ୱେ ନିର୍ମାଣ କରାଯିବ। ଏନେଇ ୧୫୧ କୋଟି ଟଙ୍କା ଖର୍ଚ୍ଚ ହେବ। ୬୨୬୦ ହେକ୍ଟର ଜମିରେ ଜଳସେଚନ କରାଯିବାକୁ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି ।




