ଖୁବ ଶୀଘ୍ର ହୋଇପାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ - ରାଜସ୍ବମନ୍ତ୍ରୀ

ଖୁବ ଶୀଘ୍ର ହୋଇପାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ - ରାଜସ୍ବମନ୍ତ୍ରୀ
Samaya Live News Picture
Published On

ଭୁବନେଶ୍ୱର : ମନ୍ତ୍ରୀ ମଣ୍ଡଳ ସମ୍ପ୍ରସରାକୁ ନେଇ ଜୋର ଧରିଛି ଚର୍ଚ୍ଚା । ଖୁବଶୀଘ୍ର ରାଜ୍ୟ ମନ୍ତ୍ରୀମଣ୍ଡଳର ହୋଇପାରେ ପରିବର୍ତ୍ତନ । ନୂଆ ଆସିବେ, ହଟିପାରନ୍ତି ପୁରୁଣା । ତେବେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି । ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ।

କେବଳ ସମ୍ପ୍ରସାରଣ ବିଷୟ ନୁହେଁ, ତାହା ସହିତ ନିଗମ ବୋର୍ଡ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଦଳ ଓ ସରକାର ଏହାରି ଭିତରେ ଚୟନ ପ୍ରକ୍ରିୟା ଆରମ୍ଭ କରିସାରିଛନ୍ତି । ସମ୍ଭବତଃ ଖୁବଶୀଘ୍ର ଏହା ଶେଷ ହେବ । ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସମ୍ପର୍କିତ ଅନୁଷ୍ଠାନିକ ଘୋଷଣା ହେବାର ସମ୍ଭାବନା ରହିଛି ।

ସେହିପରି ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ସମ୍ପ୍ରସାରଣ ମୁଖ୍ୟମନ୍ତ୍ରୀଙ୍କ ଅଧିକାର। ଯେହେତୁ ଆବଶ୍ୟକତା ଅଛି, କିଛି ପଦବୀ ବି ଫାଙ୍କା ଅଛି, ମୁଖ୍ୟମନ୍ତ୍ରୀ ଯେବେ ଚାହିଁବେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ କରିପାରିବେ।

 

Tags: