ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍, ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର :ଆଜି ଜାତୀୟ ବୈଷୟିକ ଜ୍ଞାନ ଦିବସ I ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଟଣୀରେ କ୍ୟାନ୍ସର ହସ୍ପିଟାଲ୍ ର ଭିତ୍ତି ସ୍ଥାପନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ମାଧ୍ୟମରେ ଜଟଣୀ ସ୍ଥିତ ହୋମି ଭାଭା କର୍କଟ ରୋଗ ଚିକିତ୍ସାଳୟ ପାଇଁ କେନ୍ଦ୍ରର ୫ ହଜାର ୮୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉତ୍ସର୍ଗ କରିଛନ୍ତି। ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପାଇଁ ୬୫୦ କୋଟି ଟଙ୍କା […]
ଭୁବନେଶ୍ୱର :ଆଜି ଜାତୀୟ ବୈଷୟିକ ଜ୍ଞାନ ଦିବସ I ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଟଣୀରେ କ୍ୟାନ୍ସର ହସ୍ପିଟାଲ୍ ର ଭିତ୍ତି ସ୍ଥାପନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ମାଧ୍ୟମରେ ଜଟଣୀ ସ୍ଥିତ ହୋମି ଭାଭା କର୍କଟ ରୋଗ ଚିକିତ୍ସାଳୟ ପାଇଁ କେନ୍ଦ୍ରର ୫ ହଜାର ୮୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉତ୍ସର୍ଗ କରିଛନ୍ତି। ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପାଇଁ ୬୫୦ କୋଟି ଟଙ୍କା ଖର୍ଚ୍ଚ ହେବ।ଏଠାରେ କ୍ୟାନ୍ସର ରୋଗୀମାନେ ଉତ୍ତମ ଚିକିତ୍ସା ଓ ନିରାକରଣ ପାଇଁ ଉପଯୁକ୍ତ ସେବା ପାଇପାରିବେ ।
କେନ୍ଦ୍ର ଆଟମିକ୍ ଏନର୍ଜି ଓ ଟାଟା ପକ୍ଷରୁ ଏନେଇ ମିଳିତ ଭାବେ ପ୍ରୟାସ କରାଯାଇଛି । ପୂର୍ବରୁ ଏହି ହସ୍ପିଟାଲ୍ ପାଇଁ ରାଜ୍ୟ ସରକାରଙ୍କ ସହ ଟାଟା ଚୁକ୍ତି ସ୍ୱାକ୍ଷର କରିଛି । ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯ଟି ରାଜ୍ୟରେ ନୂଆ କ୍ୟାନ୍ସର ହସ୍ପିଟାଲ୍ ନିର୍ମାଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତ ଆଜି ବୈଷୟିକ ଜ୍ଞାନ କ୍ଷେତ୍ରରେ ଆଗରେ ରହିଛି। ଭାରତ ବୈଷୟିକ ଜ୍ଞାନକୁ ଏହାର ପ୍ରଭୁତ୍ୱ ବିସ୍ତାର କରିବାକୁ ଏକ ମାଧ୍ୟମ ବୋଲି ବିବେଚନା କରୁନାହିଁ। ଭାରତ ଏହାକୁ ଦେଶର ବିକାଶର ଏକ ମାଧ୍ୟମ ବୋଲି ବିବେଚନା କରିଆସୁଛି। ସେ କହିଛନ୍ତି, ବିଜ୍ଞାନ ଓ ବୈଷୟିକ ଜ୍ଞାନ କ୍ଷେତ୍ରରେ ବିଗତ ୯ ବର୍ଷ ମଧ୍ୟରେ ଏକ ଦୃଢ଼ ଭିତ୍ତିଭୂମି ସ୍ଥାପନ କରାଯାଇଛି।




