ଓଏସଏସସି ଶାରୀରିକ ପରୀକ୍ଷାବେଳେ ଟଳି ପଡିଲେ ପ୍ରାର୍ଥୀ,ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ଼ : ଓଏସଏସସିର ଶାରୀରିକ ପରୀକ୍ଷା ବେଳେ ଅଘଟଣ। ଦୌଡୁଥିବା ବେଳେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ । ମୃତକ ରାଉରକେଲାର ବ୍ୟାଚ ନମ୍ବର ଏ ୦୨ ପ୍ରବୀଣ କୁମାର ପଣ୍ଡା । ଆଜି ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରିକ୍ଷକ ପଦବୀ ପାଇଁ ଆଜି ଶାରୀରିକ ପରୀକ୍ଷା ହେଉଛି। ପ୍ରବୀଣ କୁମାର ପଣ୍ଡା ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ଆବେଦନ କରିଥିଲେ। ଭବାନିପୁରରୁ ବାରଗାଡ ୨୫ କିଲୋମିଟର ଦୌଡ଼ରେ ଭାଗ ନେଇଥିବା ବେଳେ […]
ସୁନ୍ଦରଗଡ଼ : ଓଏସଏସସିର ଶାରୀରିକ ପରୀକ୍ଷା ବେଳେ ଅଘଟଣ। ଦୌଡୁଥିବା ବେଳେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ । ମୃତକ ରାଉରକେଲାର ବ୍ୟାଚ ନମ୍ବର ଏ ୦୨ ପ୍ରବୀଣ କୁମାର ପଣ୍ଡା ।
ଆଜି ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରିକ୍ଷକ ପଦବୀ ପାଇଁ ଆଜି ଶାରୀରିକ ପରୀକ୍ଷା ହେଉଛି। ପ୍ରବୀଣ କୁମାର ପଣ୍ଡା ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ଆବେଦନ କରିଥିଲେ। ଭବାନିପୁରରୁ ବାରଗାଡ ୨୫ କିଲୋମିଟର ଦୌଡ଼ରେ ଭାଗ ନେଇଥିବା ବେଳେ ସଦର ଥାନା କିରେଇ ନିକଟରେ ସେ ଅଚେତ ହୋଇପଡ଼ିଥିଲେ। ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ ଜାରି ରଖିଛି ।
ସୂଚନାନୁସାରେ, ଓଏସଏସସି ଶାରୀରିକ ପରୀକ୍ଷାବେଳେ କେନ୍ଦୁଝରର ବ୍ୟୋମକେଶ ନାଏକର ମଧ୍ୟ ମୃତ୍ୟୁ ଘଟିଛି ଇ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।




