ଜନଗଣନା ମହାପର୍ବ ,ପ୍ରଥମ ଦିନରେ ୧୭ ହଜାର ସ୍ଵ-ଗଣନା
ଭୁବନେଶ୍ୱର : ଏପ୍ରିଲ ୧ ତାରିଖରୁ ରାଜ୍ୟରେ ଆରମ୍ଭ ହେଲା ପ୍ରଥମ ଜନଗଣନା । ଏନେଇ ମୁଖ୍ୟ ଶାସନ ସଚିବ ସମୀକ୍ଷା ବୈଠକ କରିଥିଲେ । ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ସ୍ଵ-ଗଣନା କରିଥିବା ସୂଚନା ଦେଇଛନ୍ତି । ଏହି ସ୍ଵ-ଗଣନା ବା ଆତ୍ମ ଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ କରିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ସେହିପରି ଡିଜିଟାଲ ପ୍ରକ୍ରିୟାରେ ଜନ ଗଣନା କରିଥିବା ନେଇ ସୂଚନା ଦେଇଛନ୍ତି ଜନ ଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ।
ଚଳିତ ଥର ଜାତିଗତ ତଥ୍ୟକୁ ଜନଗଣନାରେ ସାମିଲ କରାଯାଇଛି । ପ୍ରଥମ ଥର ପାଇଁ ଅନଲାଇନରେ ସ୍ୱଗଣନା କରିପାରିବେ ସାଧାରଣ ଜନତା । ଏପ୍ରିଲ ୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ଲୋକମାନେ ନିଜ ନିଜର ତଥ୍ୟ ଜନଗଣନା ୱେବ୍ସାଇଟ୍se.census.gov.inକୁ ଯାଇ ଦେଇପାରିବେ । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରାଯିବ ।
୨୦୧୧ ମସିହାରେ ଶେଷ ଥର ପାଇଁ ହୋଇଥିଲା ଜନଗଣନା । ଏହାର ୧୫ ବର୍ଷ ପରେ ପୁଣି ଆରମ୍ଭ ହୋଇଛି ଦେଶର ନାଗରିକଙ୍କ ସଂଖ୍ୟା ଗଣନା ପ୍ରକ୍ରିୟା । ରାଜ୍ୟର ପ୍ରଥମ ନାଗରିକ ଭାବରେ ଓଡ଼ିଶାରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ପ୍ରକ୍ରିୟା । ରାଜ୍ୟର ପ୍ରଥମ ନାଗରିକ ଭାବେ ସ୍ୱଗଣନା କରାଇଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି ।
ସେହିପରି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଏବଂ କଟକ ମହାନଗର ନିଗମ ମେୟର ସୁବାସ ସିଂ ପ୍ରମୁଖ ମଧ୍ୟ ଏହି ପ୍ରକ୍ରିୟାରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି । ଜନଗଣନା ପାଇଁ ନାଗରିକଙ୍କୁ ଦେବାକୁ ପଡ଼ିବ ୩୩ଟି ପ୍ରଶ୍ନ । ଘର, ପରିବାର, ପରିବାରର ମୁଖ୍ୟ, ଗାଡ଼ି, ଜମିବାଡ଼ି, ଏଲ୍ପିଜି, ଇଣ୍ଟରନେଟ୍ ସୁବିଧା, ମୋବାଇଲ୍ ଫୋନ୍ ଆଦି ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି ।



