ମେ’ରେ ବାତ୍ୟା ସମ୍ଭାବନା ! ସବୁ ବିଭାଗକୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ମେ’ରେ ପୁଣି ଥରେ ବାତ୍ୟା ସମ୍ଭାବନା ! ପାଣିପାଗ ବିଭାଗର ସୂଚନାନୁସାରେ ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ସୃଷ୍ଟି ହେଉଛି I ଏହା ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଆଗୁଆ ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। […]

Samaya Live Picture
Published On

ଭୁବନେଶ୍ୱର : ମେ’ରେ ପୁଣି ଥରେ ବାତ୍ୟା ସମ୍ଭାବନା ! ପାଣିପାଗ ବିଭାଗର ସୂଚନାନୁସାରେ ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ସୃଷ୍ଟି ହେଉଛି I ଏହା ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଆଗୁଆ ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ SRC ସତ୍ୟବ୍ରତ ସାହୁ ପ୍ରେସ୍‌ମିଟ୍‌ରେ ଏହି ସୂଚନା ଦେଇଛନ୍ତି।

ସେହିପରି ପ୍ରେସ୍‌ମିଟ୍‌ରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇ କହିଛନ୍ତି ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ ଅଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ସମୀକ୍ଷା କରି ସାରିଛନ୍ତି। ତେବେ ସାଧାରଣତଃ ଗ୍ରୀଷ୍ମକାଳୀନ ବାତ୍ୟା ଏପ୍ରିଲ କିମ୍ବା ମେ ମାସରେ ଆସିଥାଏ। ଯାହାର ଅନୁମାନ ଲଗାଇବା କଷ୍ଟକର ହୋଇଥାଏ। ତେବେ ଯଦି ଲଘୁଚାପ ବାତ୍ୟାର ରୂପ ନିଏ ତେବେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି। ଏଥିପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।, ‘ପୂର୍ବରୁ ମେ’ରେ ବାତ୍ୟା ହେଉଥିବାରୁ, ଆମେ ପ୍ରସ୍ତୁତି କରିଛୁ। ଆଜି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। କାଲିଠାରୁ ଜିଲ୍ଲାମାନଙ୍କରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଚାଲିଛି।’

ସେହିପରି ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ NDRF, ODRAF ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ସେ ପରାମର୍ଶ ଦେବା ସହିତ ଆବଶ୍ୟକ ସହିତ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସବୁ ଅତ୍ୟାବଶ୍ୟକ ମେସିନ୍‌ ଓ ଯନ୍ତ୍ରପାତି ପ୍ରସ୍ତୁତ ସହିତ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା କଥା SRC ସୂଚନା ଦେଇଛନ୍ତି I

Tags: