ପ୍ରବଳ ବର୍ଷା ସମ୍ଭାବନା,୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୨ ଦିନ ଧରି ସାରା ରାଜ୍ୟରେ ପ୍ରଭଲ ବର୍ଷା ସମ୍ଭାବନା ରହିଛି I ଉପକୂଳବର୍ତ୍ତୀ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲା ଯଥା ମୟୂରଭଞ୍ଜ, ଯାଜପୁର, ବଲାଙ୍ଗିର ଓ ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି। ସୂଚନାନୁସାରେ,ଗତକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ୨ ଦିନ ଧରି ସାରା ରାଜ୍ୟରେ ପ୍ରଭଲ ବର୍ଷା ସମ୍ଭାବନା ରହିଛି I ଉପକୂଳବର୍ତ୍ତୀ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲା ଯଥା ମୟୂରଭଞ୍ଜ, ଯାଜପୁର, ବଲାଙ୍ଗିର ଓ ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି।

ସୂଚନାନୁସାରେ,ଗତକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା କେନ୍ଦ୍ରାପଡ଼ା,ଜଗତସିଂହପୁର ଓ ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୨୦ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୩୧ ତାରିଖରେ ବଢିବ ବର୍ଷାକର ବିସ୍ତୃତ ଓ ପରିମାଣ। ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ୨୯ ମିମି ବର୍ଷା ହୋଇଥିବା ବେଳେ ମାଲକାନଗିରିରେ ୨୪, ଢେଙ୍କାନାଳ ୨୮, ପୁରୀରେ ୩୨ ଓ ପାରଦୀପରେ ୧୦ ମିମି ବର୍ଷା ହୋଇଛି। ଏହା ବ୍ୟତୀତ ଅନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି।

Tags: