ଆଜି ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବ ଜାରି ରହିଥିବାରୁ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେଉଛି । ତେବେ ଆଜି ରାଜ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ଭୀଷଣ ବର୍ଷାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି […]
ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବ ଜାରି ରହିଥିବାରୁ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେଉଛି । ତେବେ ଆଜି ରାଜ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ଭୀଷଣ ବର୍ଷାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏଥିସହ ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଆଦି ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନ୍ୟପଟରେ ୨୫ ତାରିଖଠାରୁ ସକ୍ରିୟ ମୌସୁମୀର ପ୍ରଭାବ ଧୀରେ ଧୀରେ କମିବାରେ ଲାଗିବ ବୋଲି ସୂଚନା ମିଳିଛି ।




