ଘୁର୍ଣ୍ଣିବଳୟ ପ୍ରଭାବରେ ୨୫ ଯାଏଁ ବର୍ଷା ସମ୍ଭାବନା
ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ୨୬ ତାରିଖଠୁ ବର୍ଷାର ପରିମାଣରେ […]
ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ୨୬ ତାରିଖଠୁ ବର୍ଷାର ପରିମାଣରେ ସାମାନ୍ୟ ହ୍ରାସ ହୋଇପାରେ।
ସେପଟେ ଆଜି ମଧ୍ୟ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ିର ପ୍ରଭାବ ଦେଖିବାକୁ ମିଳିଛି। ବାଲେଶ୍ବର, ଭୁବନେଶ୍ବର, ଜଗତସିଂହପୁର,ମାଲକାନଗିରି ଓ କଟକରେ ପ୍ରବଳ ବର୍ଷା ହୋଇଛି।ଆସନ୍ତାକାଲି ମଧ୍ୟ ସମାନ ସ୍ଥିତି ସହ ୨୪ରୁ ବର୍ଷାର ପ୍ରକୋପ ବଡ଼ିବାକୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ପାଣିପାଗ ନିୟାମକ ଯୋଗୁଁ ସମୁଦ୍ର ମଧ୍ୟରେ ୩୫ ରୁ ୫୫ କିମି ପବନ ବହିବାର ଆଶଙ୍କା ରହିଛି। ତେଣୁ ରୁ ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।




