ପାଗରେ ପରିବର୍ତ୍ତନ,୧୪ ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଚଳିତ ସପ୍ତାହ ଆରମ୍ଭରୁ ପାଗରେ ପରିବର୍ତ୍ତନ ଦେଖାଦେଇଛି I ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା କାଲି ଯାଏ ବିଭିନ୍ନ ଜିଲ୍ଲାରେ କାଳ ବୈଶାଖୀ ବର୍ଷା ସମ୍ଭାବନା ରହିଛି I ୪୦-୫୦ କିମି ବେଗରେ ପବନ ବୋହିବା ସହ ଘଡ଼ଘଡ଼ିି ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି […]
ଭୁବନେଶ୍ୱର : ଚଳିତ ସପ୍ତାହ ଆରମ୍ଭରୁ ପାଗରେ ପରିବର୍ତ୍ତନ ଦେଖାଦେଇଛି I ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା କାଲି ଯାଏ ବିଭିନ୍ନ ଜିଲ୍ଲାରେ କାଳ ବୈଶାଖୀ ବର୍ଷା ସମ୍ଭାବନା ରହିଛି I ୪୦-୫୦ କିମି ବେଗରେ ପବନ ବୋହିବା ସହ ଘଡ଼ଘଡ଼ିି ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଛି I ଏହି କାଳବୈଶାଖୀର ପ୍ରଭାବକୁ ନେଇ ରାଜ୍ୟର ମୋଟ ୧୪ଟି ଜିଲ୍ଲାକୁ ଚେତାବନୀ ଜାରି କରାଯାଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସୂଚନା ଅନୁଯାୟୀ ମଙ୍ଗଳବାର ସୁଦ୍ଧା ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଯାଜପୁର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କଟକ, ଗଞ୍ଜାମ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ଝଡ଼ପବନ ସହ ୭ରୁ ୧୧ ସେଣ୍ଟିିମିଟର ବର୍ଷା ହେବା ଆକଳନ କରିଛନ୍ତି। ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, ଗଜପତି, ସୁନ୍ଦରଗଡ଼, ଦେବଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଏଲୋୱାର୍ଣ୍ଣିଂ ଜାରି କରାଯାଇଛି।




