ବିଶାଳ ଦାସଙ୍କୁ ଅଟକ ରଖିଲା ଛତିଶଗଡ଼ ପୋଲିସ
ଭୁବନେଶ୍ୱର : ସ୍ୱର୍ଗତ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖିଛି ପୋଲିସ । ଛତିଶଗଡ଼ ମହାସମୁଦ୍ ଜିଲ୍ଲା ସରେଇପାଲି ଥାନାରେ ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଅଟକ ରଖିଛି ପୋଲିସ। ଏକ ଭିଡିଓ ବାର୍ତ୍ତା ଜରିଆରେ ଗୁରୁବାର ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଟକ ରହିଥିବା ଜଣାପଡିଛି। ଶୁକ୍ରବାର କିରିମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା […]
ଭୁବନେଶ୍ୱର : ସ୍ୱର୍ଗତ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖିଛି ପୋଲିସ । ଛତିଶଗଡ଼ ମହାସମୁଦ୍ ଜିଲ୍ଲା ସରେଇପାଲି ଥାନାରେ ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଅଟକ ରଖିଛି ପୋଲିସ। ଏକ ଭିଡିଓ ବାର୍ତ୍ତା ଜରିଆରେ ଗୁରୁବାର ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଟକ ରହିଥିବା ଜଣାପଡିଛି।
ଶୁକ୍ରବାର କିରିମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ସହ ମତଦାନ ହେବ । ଏହା ପଞ୍ଚାୟତ ସମିତି ସଭାକକ୍ଷରେ ଅନୁଷ୍ଠିତ ହେବାକୁ ଧାର୍ଯ୍ୟ ହୋଇଛି । ଏହି ବୈଠକର ନିଷ୍ପତ୍ତି ଉପରେ ଅଧ୍ୟକ୍ଷାଙ୍କ ଭାଗ୍ୟ ନିର୍ଭର କରୁଛି ତା’ ପୂର୍ବରୁ ବିଶାଳ ଦାସଙ୍କୁ ଛତିଶଗଡ଼ ପୋଲିସ ଅଟକ ରଖିଛି। ବିଶାଳ ଦାସ ଏକ ଭିଡିଓ କରି ଛତିଶଗଡ ପୋଲିସ ତାଙ୍କୁ ଅନୈତିକ ଭାବେ ଅଟକ ରଖଛି ବୋଲି ବିଶାଳ ସୂଚନା ଦେଇଥିଲେ। ପୋଲିସଙ୍କ କାର୍ଯ୍ୟାନୁଷ୍ଠାନ ବେଆଇନ କହିଲେ ବିଶାଲ ଦାସ ତେବେ ତାଙ୍କୁ କାହିଁକି ଅଟକ ରଖାଯାଇଛି, ସରେଇପାଲି ଥାନା ପୋଲିସର ପ୍ରତିକ୍ରିୟା ମିଳିନି।
ସୂଚନାଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୧୩ ତାରିଖ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ଦିନ ଠାରୁ ହିଁ ଛକାପଞ୍ଝା ଲାଗି ରହିଛି। ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ହାଇକୋର୍ଟ ପର୍ଯ୍ୟନ୍ତ ଏହି ମାମଲା ପହଞ୍ଚିବା ପରେ ଶେଷରେ ହାଇକୋର୍ଟଙ୍କ ଆଦେଶ ଅନୁଯାୟୀ ୧୦ ଜାନୁଆରୀ ହିଁ ସ୍ୱତନ୍ତ୍ର ବୈଠକ ଆୟୋଜନ ପାଇଁ ଉପଜିଲ୍ଲାପାଳ ଦିନ ଧାର୍ଯ୍ୟ କରି ବିଜ୍ଞପ୍ତି ପ୍ରକାଶ କରିଥିଲେ। ୮ଟି ପଞ୍ଚାୟତ ବିଶିଷ୍ଟ ଏହି ପଞ୍ଚାୟତ ସମିତିରେ ସମୁଦାୟ ୮ ଜଣ ସରପଞ୍ଚ ଏବଂ ୮ ଜଣ ସମିତିସଭ୍ୟ/ସଭ୍ୟା ରହିଛନ୍ତି । ତନ୍ମଧ୍ୟରୁ ୧୨ ଜଣ ସରପଞ୍ଚ ଏବଂ ସମିତିସଭ୍ୟ ସଭ୍ୟା ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଗତ କରିଥିବାରୁ ଶୁକ୍ରବାର ହେବାକୁ ଥିବା ସ୍ୱତନ୍ତ୍ର ବୈଠକରେ କେତେ ଜଣ ଜନ ପ୍ରତିନିଧି ଉପସ୍ଥିତ ହୋଇ ମତଦାନରେ ଭାଗ ନେଉଛନ୍ତି ତାହାରି ଉପରେ ସବୁକିଛି ନିର୍ଭରଶୀଳ।




