ଖୁବଶୀଘ୍ର ଆରମ୍ଭ ହେବ ଛେଳିଗଡ଼ ଜଳସେଚନ ପ୍ରକଳ୍ପ,ପାହାଡ଼ରେ ସୁଡ଼ଙ୍ଗ କରି ଦିଆଯିବ ପାଣି : ଫାଇଭ ଟି ସଚିବ

ଗଜପତି: ଗଞ୍ଜାମ ଜିଲ୍ଲାକୁ ପାଣି ଯୋଗାଇବ ଛେଳିଗଡ଼ ଜଳସେଚନ ପ୍ରକଳ୍ପ I ପାହାଡରେ ସୁଡଙ୍ଗ କରି ଦିଆଯିବ ପାଣି । ଗଞ୍ଜାମ, ଗଜପତି ଜିଲ୍ଲାରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି ପାଇଁ ଛେଳିଗଡ଼ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଫାଇଭ୍-ଟି ସଚିବ ଭି.କେ ପାଣ୍ଡିଆନ୍ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଛେଳିଗଡ ଜଳସେଚନ ପ୍ରକଳ୍ପ […]

Samaya Live Picture
Published On

ଗଜପତି: ଗଞ୍ଜାମ ଜିଲ୍ଲାକୁ ପାଣି ଯୋଗାଇବ ଛେଳିଗଡ଼ ଜଳସେଚନ ପ୍ରକଳ୍ପ I ପାହାଡରେ ସୁଡଙ୍ଗ କରି ଦିଆଯିବ ପାଣି । ଗଞ୍ଜାମ, ଗଜପତି ଜିଲ୍ଲାରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି ପାଇଁ ଛେଳିଗଡ଼ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଫାଇଭ୍-ଟି ସଚିବ ଭି.କେ ପାଣ୍ଡିଆନ୍ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି। ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ ହେବା ସହିତ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି। ଏହାଦ୍ବାରା ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର (୧ Cumecs) ପାଣି ମିଳିପାରିବ। ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ। ଏହି ପ୍ରକଳ୍ପ ୨୦୨୫-୨୬ ସୁଦ୍ଧା ସଂପୂର୍ଣ୍ଣ ହେବ ।

Tags: