ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଦ୍ଵାଦଶାହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା : ଆଜି ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନାଵ କିଶୋର ଦାସଙ୍କ ଦ୍ଵାଦଶାହ I ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ଦିନ ପ୍ରାୟ ୧୨ ତା ବେଳେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି I ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଅବତରଣ କରିବାପରେ ସେଠାରୁ ହେଲିକପ୍ଟରରେ ସରବାହାଲ ହାଇସ୍କୁଲ ପଡ଼ିଆକୁ ଯାଇ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ନବଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥି‌ଲେ। ଏହାପୂର୍ବରୁ […]

Samaya Live Picture
Published On

ଝାରସୁଗୁଡା : ଆଜି ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନାଵ କିଶୋର ଦାସଙ୍କ ଦ୍ଵାଦଶାହ I ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ଦିନ ପ୍ରାୟ ୧୨ ତା ବେଳେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି I ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଅବତରଣ କରିବାପରେ ସେଠାରୁ ହେଲିକପ୍ଟରରେ ସରବାହାଲ ହାଇସ୍କୁଲ ପଡ଼ିଆକୁ ଯାଇ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ନବଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥି‌ଲେ। ଏହାପୂର୍ବରୁ ସେ ନବ କିଶୋର ଦାସଙ୍କ ପତ୍ନୀ ଝିଅ ଦିପାଳି ଓ ପୁଅ ବିଶାଲଙ୍କୁ ଭେଟି ସମବେଦନା ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭିକେ ପାଣ୍ଡିଆନ୍ ମଧ୍ୟ ସ୍ମୃତିସଭାକୁ ଯାଇଥିଲେ। ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟମନ୍ତ୍ରୀ ପ୍ରାୟ ୨ ଘଣ୍ଟା ରହିବାର କାର୍ଯ୍ୟକ୍ରମ ରହିଛି ।

ଏହାସହିତ ମନ୍ତ୍ରିମଣ୍ଡଳର ପ୍ରାୟ ସମସ୍ତ ସଦସ୍ୟ, ସାଂସଦଗଣ, ବିଧାୟକ ଓ ଦଳର ରାଜ୍ୟ ଏବଂ ଜିଲ୍ଲା ସ୍ତରୀୟ ନେତୃବୃନ୍ଦ ଉପସ୍ଥିତ ରହିବେ । ସ୍ମୃତିସଭାରେ ବିରୋଧୀ ବିଜେପି ଓ କଂଗ୍ରେସର ବହୁ ବରିଷ୍ଠନେତା ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ବରଗଡ଼ର ବିଜେପି ସାଂସଦ ସୁରେଶ ପୂଜାରୀଙ୍କୁ ବି ସେଠାରେ ଦେଖିବାକୁ ମିଳିଛି। ଏଥପାଇଁ ଝାରସୁଗୁଡ଼ା ସର୍ବାବହାଲ ହାଇସ୍କୁଲ ପ୍ରାଙ୍ଗଣରେ ବ୍ୟାପକ ଅୟୋଜନ କରାଯାଇଛି । ପାଖାପାଖି ୫୦ ହଜାର ଲୋକଙ୍କ ପାଇଁ ଖାଦ୍ୟର ଆୟୋଜନ କରାଯାଇଛି I ସେଥିପାଇଁ ୪୦ ରୁ ଅଧିକ କାଉଣ୍ଟର ବ୍ୟବସ୍ଥା ହୋଇଛି। ଭିଭିଆଇପି, ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକୁ ଆଖିରେ ରଖି ୨୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

Tags: