ଆଜି ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଏବଂ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି ।
ସୂଚନାନୁସାରେ , ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ମଙ୍ଗଳବାର ଦିଲ୍ଲୀ ଭାରତ ମଣ୍ଡପମରେ ହେବାକୁ ଥିବା ଅକ୍ଷୟ ଶକ୍ତି ସମିଟ୍ ୨୦୨୬ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ ।
ସେହିପରି ଏହି କାର୍ଯ୍ୟକ୍ରମରେ ପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ବନ୍ୟା ସ୍ଥିତି ନେଇ ବି କେନ୍ଦ୍ର ସରକାର ଏବଂ କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି । ରାଜ୍ୟର କ୍ଷୟକ୍ଷତି ସଂପର୍କରେ ସବିଶେଷ ତଥ୍ୟ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି । କିନ୍ତୁ ବର୍ତ୍ତମାନ ଯାଏଁ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।
Tags:




