ପଦ୍ମପୁର ବିଧାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର : ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକ ସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପଦ୍ମପୁର ବିଧାୟକ ତଥା ବିଜେଡିର […]

Samaya Live Picture
Published On

ଭୁବନେଶ୍ୱର : ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକ ସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ କରି ଶୋକ ପ୍ରକାଶ କରିଛନ୍ତି । ସେ ଲେଖିଛନ୍ତି ଯେ ପୂର୍ବତନ ମନ୍ତ୍ରୀ ତଥା ବରଗଡ ଜିଲ୍ଲା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ।ସାମାଜିକ ଓ ରାଜନୈତିକ ଜୀବନରେ ସେ କରିଥିବା ଉଲ୍ଳେଖନୀୟ କାର୍ଯ୍ୟ ଗୁଡ଼ିକ ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମେବଦନା ଜଣାଉଛି।ଓଁ ଶାନ୍ତି

Tags: