ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ୧୦ ଦିନ ଅଧିକ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମହିଳା କର୍ମଚାରୀଙ୍କୁ ବଡ଼ ଭେଟି I ମହିଳା ସରକାରୀ କର୍ମଚାରୀଙ୍କୁ ଅଧିକ ୧୦ ଦିନ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ମହିଳା କର୍ମଚାରୀମାନଙ୍କୁ ବାର୍ଷିକ ୧୫ ଦିନ ଛୁଟି ବଦଳରେ ୨୫ ଦିନ ସାମୟିକ ଛୁଟି ପାଇବେ। ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]
ଭୁବନେଶ୍ୱର : ମହିଳା କର୍ମଚାରୀଙ୍କୁ ବଡ଼ ଭେଟି I ମହିଳା ସରକାରୀ କର୍ମଚାରୀଙ୍କୁ ଅଧିକ ୧୦ ଦିନ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ମହିଳା କର୍ମଚାରୀମାନଙ୍କୁ ବାର୍ଷିକ ୧୫ ଦିନ ଛୁଟି ବଦଳରେ ୨୫ ଦିନ ସାମୟିକ ଛୁଟି ପାଇବେ। ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି। ଏହାପୂର୍ବରୁ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଥିଲା ଦେଶର ପ୍ରଥମ ରାଜ୍ୟ।




