ଶ୍ବାସରୁଦ୍ଧ ହୋଇ ୬ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା
ଭୁବନେଶ୍ୱର : କଳାହାଣ୍ଡିରେ ପାଇଖାନା ଟାଙ୍କି ସେଣ୍ଟ୍ରିଂଖୋଲୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି । ଏହି ଅଘଟଣରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
ସୂଚନାନୁସାରେ, ଆଜି ସକାଳେ କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଗୌଡ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୬ ଜଣଙ୍କର ଶୋଚନୀୟ ମୃତ୍ୟୁ ହୋଇଥିଲା। ଜଣଙ୍କୁ ବନ୍ଚିଵାକୁ ଯାଇ ଆଉ ୫ଜଣଙ୍କ ମୃତ୍ୟୁ ଘଟିଥିଲା । ମୃତକଙ୍କ ମଧ୍ୟରେ ୩ ମିସ୍ତ୍ରୀ, ଜଣେ ଶ୍ରମିକ, ମାଲିକ ଏବଂ ତାଙ୍କ ପୁଅ ଅଛନ୍ତି । ଏହି ଦୁଃଖଦ ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।
Tags:



