ଓଡିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ଉତ୍କଳ ଦିବସ (ଓଡ଼ିଶା ଦିବସ) । ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ । ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା । ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା […]
ଭୁବନେଶ୍ୱର : ଆଜି ଉତ୍କଳ ଦିବସ (ଓଡ଼ିଶା ଦିବସ) । ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ । ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା । ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି । ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି ।
ଅନ୍ୟପଟେ ଆଜି ପୂର୍ବାହ୍ନରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ଉକ୍ରଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ କଟକ ଜିଲ୍ଲା ସତ୍ୟଭାମାପୁରଠାରେ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟଅତିଥି ଭାବରେ ଯୋଗଦେବେ । ଆଇନ୍ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବାବେଳେ ବହୁ ସାଂସଦ ଓ ବିଧାୟକମାନେ କାର୍ଯ୍ୟକ୍ରମରେ ସାମିଲ ହେବେ । ଆଜି ସଂଧ୍ୟାରେ ଭୁବନେଶ୍ୱର ଜୟଦେବ ଭବନରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ପାଳିତ ହେବ । ବାଚସ୍ପତି ସୁରମା ପାଢ଼ୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେବେ ।
ଅନ୍ୟପଟେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି। ଭାରତୀୟ ସ୍ୱାଧୀନତାରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଓଡ଼ିଶା ରାଜ୍ୟ ଜନ୍ମ ଦେଇଛି। ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ରାଷ୍ଟ୍ରପତି ପ୍ରକାଶ କରିଛନ୍ତି।
‘ଓଡ଼ିଶା ଦିବସ’ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ। ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଗର୍ବିତ। ଓଡ଼ିଶାବାସୀ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି। କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି।




