ଆଇନଜୀବୀଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଆଇନଜୀବୀଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
Samaya Live News Picture
Published On

ଭୁବନେଶ୍ୱର : ଆଇନଜୀବୀଙ୍କ ସହାୟତା ରାଶି ବୃଦ୍ଧିକଲେ ରାଜ୍ୟ ସରକାର । ରାଜ୍ୟରେ ବିଭିନ୍ନ କୋର୍ଟରେ କାର୍ଯ୍ୟରତ ଆଇନଜୀବୀଙ୍କ ନିମନ୍ତେ ସହାୟତା ରାଶି 40% ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ରାଜ୍ୟ କଲ୍ୟାଣ ପାଣ୍ଠିରୁ ପରିବାରକୁ ସହାୟତା ରାଶି ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ହଜାର ହଜାର ଆଇନଜୀବୀ ମାନେ ଉପକୃତ ହୋଇପାରିବେ ।

ସୂଚନାନୁସାରେ,  ୨୦୨୧ ମସିହାରେ ଆଇନଜୀବୀ ମାନଙ୍କ ସହାୟତା ରାଶିବୃଦ୍ଧି କରାଯାଇଥିଲା । ଏହି ସହାୟତା ରାଶି ବୃଦ୍ଧି ଦ୍ବାରା ୫ ବର୍ଷ ବା ଏଥିରୁ କମ୍ ସମୟ ପାଇଁ କାର୍ଯ୍ୟରତ ଆଇନଜୀବୀଙ୍କୁ କେବଳ ଦେହାନ୍ତ କ୍ଷେତ୍ରରେ ପରିବାରର ନିକଟତମ ଆତ୍ମୀୟଙ୍କୁ ଏକ ଲକ୍ଷ ୫ ହଜାର ଟଙ୍କା ସହାୟତା ଦିଆଯିବ । ଏହାପରେ ପ୍ରତ୍ୟେକ ଅଧିକ ବର୍ଷର ଅଭିଜ୍ଞତା ପାଇଁ ସହାୟତା ରାଶି ପରିମାଣ ବୃଦ୍ଧି ପାଇବ । ଅବସର ଓ ଦେହାନ୍ତ କ୍ଷେତ୍ରରେ ଏହି ସହାୟତା ମିଳିବ। ୩୦ ବର୍ଷ କାର୍ଯ୍ୟରତ ଥିଲେ, ଅବସର କ୍ଷେତ୍ରରେ ସମ୍ପୃକ୍ତ ଆଇନଜୀବୀଙ୍କୁ କିମ୍ବା ଦେହାନ୍ତ କ୍ଷେତ୍ରରେ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୬,୩୦,୦୦୦ ଟଙ୍କା ସହାୟତା ପ୍ରଦାନ କରାଯିବ। ଯାହାକି ସର୍ବାଧିକ ସହାୟତା ପରିମାଣ।

Tags: