ପାରାଦୀପରେ ୩ ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ପାରାଦୀପ : ଶିଳ୍ପାୟନରେ ଆଗେଇଚାଲିଛି ଓଡିଶା I ପାରାଦୀପରେ ଆଉ ୩ ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ I ଶିଳ୍ପ ଗୁଡିକ ମଧ୍ୟରେ ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏରସମା ବ୍ଲକ ଢ଼ିଙ୍କିଆ ପଞ୍ଚାୟତର ଚାରିଦେଶରେ ପ୍ରତିଷ୍ଠା ହେବ ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା I ଏଥିରେ ୬୫ ହଜାର କୋଟିର ପୁଞ୍ଜି […]

Samaya Live Picture
Published On

ପାରାଦୀପ : ଶିଳ୍ପାୟନରେ ଆଗେଇଚାଲିଛି ଓଡିଶା I ପାରାଦୀପରେ ଆଉ ୩ ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ I ଶିଳ୍ପ ଗୁଡିକ ମଧ୍ୟରେ ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏରସମା ବ୍ଲକ ଢ଼ିଙ୍କିଆ ପଞ୍ଚାୟତର ଚାରିଦେଶରେ ପ୍ରତିଷ୍ଠା ହେବ ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା I ଏଥିରେ ୬୫ ହଜାର କୋଟିର ପୁଞ୍ଜି ନିବେଶ କରିଛି ଜିନ୍ଦଲ ଗ୍ରୁପ । ବାର୍ଷିକ ୧୩.୨ ମିଲିୟନ ମେଟ୍ରିକ ଟନ କ୍ଷମତା ସମ୍ପନ୍ନ କାରଖାନା ନିର୍ମାଣ ହେବ I ଏହାଦ୍ୱାରା ଆଗାମୀ ଦିନରେ ୩୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ମିିିଳିବ।

ସେହିପରି ରିନ୍ୟୁ ଇ-ଫୁଏଲ ଗ୍ରିନ ଆମୋନିଆ କାରଖାନା ପାଇଁ ୨୨ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିଛି। ଏହା ୪ହଜାର ରୋଜଗାର ସୃଷ୍ଟି କରିିବ ଏବଂ ସିଲକ୍ସ ଇଣ୍ଡିିଆ ଅତ୍ୟାଧିୁନିକ ରାସାୟିନିକ କାରଖାନା ପାଇଁ ୫୦୦ କୋଟିର ପୁଞ୍ଜି ନିବେଶ କରିଛି। ଏହାଦ୍ୱାରା ୮୧୦ ଜଣଙ୍କୁ ନିଯୁକ୍ତି ମିିଳିବ। ଶିଳ୍ପାୟନ ଦ୍ୱାରା ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖି ନୂତନ ଶିଳ୍ପ ପ୍ରତିଷ୍ଠା କରାଯାଉଥିବା କହିଛନ୍ତି ରାଜ୍ୟ ସରକାର।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ । ୬୦ ମସିହାର ପ୍ରାରମ୍ଭରେ ବିଜୁ ବାବୁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇ ପାରାଦୀପ ବନ୍ଦର ସ୍ଥାପନ କରିଥିଲେ। ଖୁସିର କଥା ଆଜି ଏଠାରେ ଜେଏସଡବ୍ଲୁର ମେଗା ଇସ୍ପାତ କାରଖାନା ପାଇଁ ଭିତ୍ତି ଦିଆଗଲା। ଏଥି ସହିତ ଗ୍ରିନ ଆମୋନିଆ କାରଖାନା ଓ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏ ସବୁ ଶିଳ୍ପାନୁଷ୍ଠାନ ଓଡ଼ିଶା ପାଇଁ ପ୍ରାୟ ୯୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଣିଛି। ତା ସହିତ ଏ ସବୁ ପ୍ରକଳ୍ପ ମାଧ୍ୟମରେ ୩୫ ହଜାର ନିଯୁକ୍ତି ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ ଏ ସବୁ ପୁଞ୍ଜି ନିବେଶ କରୁଥିବା ଶିଳ୍ପପତିମାନଙ୍କୁ ଏଥିପାଇଁ ଧନ୍ୟବାଦ ଦେଇଥିଲେ।

Tags: