'ଆମ ସାଥୀ ୟୁନିଫାଏଡ୍‌ ହ୍ବାଟ୍ସଆପ୍‌ ବଟ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

'ଆମ ସାଥୀ ୟୁନିଫାଏଡ୍‌ ହ୍ବାଟ୍ସଆପ୍‌ ବଟ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ବାରମ୍ବାର ତହସିଲକୁ ଦୌଡ଼ିବାକୁ ପଡ଼ିବ ନାହିଁ । ଏଣିକି ହ୍ୱାଟସଆପରେ ମିଳିବ ରାଜସ୍ବ ସେବା । ଆଜି ଲୋକସେବା ଭବନରେ ଆମ ସାଥି ସହାୟକ ୟୁନିଫାଏଡ୍ ହ୍ୱାଟସଆପ୍‌ ବଟ ର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠୁ ହ୍ୱାଟସଆପ୍‌ ମେସେଜରେ ମିଳିବ ରାଜସ୍ବ ସେବା ।  ୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ । 9437292000 WhatsApp ନଂରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମୁଖ୍ୟ ନାଗରିକ କୈନ୍ଦିକ ସେବା ଗୁଡ଼ିକ ସହ ୧୭୦ରୁ ଅଧିକ ଜରୁରୀ ସରକାରୀ ସେବା ମିଳିବ । ଜମି ଜମା ବାବଦରେ ସମସ୍ତ ଅଭିଯୋଗ ଓ ଆବେଦନ ଏଥିରେ ଗ୍ରହଣ କରାଯିବ । ସେବା ପାଇବାରେ ବ୍ୟାଘାତ ହେଲେ ରାଜସ୍ବ ବିଭାଗରେ ଅଭିଯୋଗ କରିପାରିବେ ଆବେଦନକାରୀ । ଏଥିସହ ୫୭ଟି ଉପ-ନିବନ୍ଧନ କାର୍ଯ୍ୟାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସମ୍ବନ୍ଧିତ ଖବର ଚୌଦ୍ୱାର ମଣ୍ଡଳ କାରାଗାରରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

 

ସମ୍ବନ୍ଧିତ ଖବର ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

Tags: