‘ଏମ.ଏଲ.ଏ ଲ୍ୟାଡ଼’ ୱେବ୍ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବୁଧୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ୱେବ୍ ପୋର୍ଟାଲର (https://mlalads.odisha.gov.in) ଶୁଭାରମ୍ଭ କରିଛନ୍ତି । ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତ କ୍ୟାବିନେଟ୍ ସହଯୋଗୀମାନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାକୁ ଉନ୍ମୋଚିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ୱେବ୍ ପୋର୍ଟାଲରେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ […]

‘ଏମ.ଏଲ.ଏ ଲ୍ୟାଡ଼’ ୱେବ୍ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Samaya Live Picture
Published On

ଭୁବନେଶ୍ୱର : ବୁଧୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ୱେବ୍ ପୋର୍ଟାଲର (https://mlalads.odisha.gov.in) ଶୁଭାରମ୍ଭ କରିଛନ୍ତି । ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତ କ୍ୟାବିନେଟ୍ ସହଯୋଗୀମାନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାକୁ ଉନ୍ମୋଚିତ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ୱେବ୍ ପୋର୍ଟାଲରେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ୱଚ୍ଛ, ସରଳ ଓ ସମୟ ଉପଯୋଗୀ ହୋଇପାରିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ନୂତନ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ ସରଳତା ଆଣିବା ସହିତ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମି ଗୁଡିକୁ ଶୀଘ୍ର ଓ ସ୍ବଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ ।

ଏହି ନୂଆ ଗାଇଡଲାଇନରେ ବିଭିନ୍ନ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଅତ୍ୟାବଶ୍ୟକ ପ୍ରକଳ୍ପଗୁଡିକୁ ଗ୍ରହଣ କରିବାର ବ୍ୟବସ୍ଥା ଥିବାବେଳେ, ଅନାବଶ୍ୟକ ପ୍ରକଳ୍ପଗୁଡିକୁ ବାଦ୍‍ଦିଆଯିବାର ବ୍ୟବସ୍ଥା କରାଯାଇଛି । ଏହା ସହିତ ପ୍ରକଳ୍ପର ସୁପାରିଶଠାରୁ ଅନୁମୋଦନ ପ୍ରକ୍ରିୟା ସମାପ୍ତ ହେବା ପର୍ଯ୍ୟନ୍ତ (କାର୍ଯ୍ୟାଦେଶ ପର୍ଯ୍ୟନ୍ତ) ସମୟ ଅବଧି ୩୦ ଦିନ ରଖାଯାଇଛି । ସେହିପରି ସିଏମ-ଏସ.ଏ ଗାଇଡଲାଇନର ମଧ୍ୟ ସରଳୀକରଣ କରାଯାଇଛି । ଏହାଦ୍ୱାରା ପ୍ରକଳ୍ପ ଗୁଡ଼ିକ ତ୍ୱରାନ୍ୱିତ ଭାବେ କାର୍ଯ୍ୟକାରୀ କରାଯାଇପାରିବ ବୋଲି ସେ କହିଥିଲେ।।

Tags: