ନାଇଜର କ୍ୟାମ୍ପସରେ ହୋମି ଭାବା କ୍ୟାନ୍ସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଜଟଣୀ ନାଇଜର କ୍ୟାମ୍ପସରେ ହୋମି ଭାବା କ୍ୟାନ୍ସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି। ୨ଶହ ଶଯ୍ୟା ବିଶିଷ୍ଟ ଏହି କ୍ୟାନ୍ସର ହସ୍ପିଟାଲ ଡିସେମ୍ବର ୨୦୨୫ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବୋଲି ସୂଚନା ରହିଛି। ଏହି ହସ୍ପିଟାଲ ଦ୍ବାରା ରାଜ୍ୟରେ କର୍କଟ ଚିକିତ୍ସା ସେବା ଅଧିକ ତ୍ବରାନ୍ବିତ ହେବ ବୋଲି କହିଛନ୍ତି ନବୀନ। ଏହା ବ୍ୟତୀତ ଓଡ଼ିଶା ସହ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ ଓ […]

Samaya Live Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଜଟଣୀ ନାଇଜର କ୍ୟାମ୍ପସରେ ହୋମି ଭାବା କ୍ୟାନ୍ସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି। ୨ଶହ ଶଯ୍ୟା ବିଶିଷ୍ଟ ଏହି କ୍ୟାନ୍ସର ହସ୍ପିଟାଲ ଡିସେମ୍ବର ୨୦୨୫ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବୋଲି ସୂଚନା ରହିଛି। ଏହି ହସ୍ପିଟାଲ ଦ୍ବାରା ରାଜ୍ୟରେ କର୍କଟ ଚିକିତ୍ସା ସେବା ଅଧିକ ତ୍ବରାନ୍ବିତ ହେବ ବୋଲି କହିଛନ୍ତି ନବୀନ। ଏହା ବ୍ୟତୀତ ଓଡ଼ିଶା ସହ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ ଓ ଛତିଶଗଡ଼ର ରୋଗୀ ମଧ୍ୟ ଏହା ଦ୍ବାରା ଉପକୃତ ହୋଇପାରିବେ ବୋଲି ସେ କହିଛନ୍ତି। ହସ୍ପିଟାଲରେ ରୋଗୀ ବିଜୁ ସ୍ବାସ୍ଥ୍ୟ କାର୍ଡ ମାଧ୍ୟମରେ ମାଗଣା ଚିକିତ୍ସା ପାଇପାରିବେ।

କ୍ୟାନସର ହସ୍ପିଟାଲ୍ ଲାଗି ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ଆଣବିକ ଶକ୍ତି ବିଭାଗ, ନାଇଜର ଓ ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ ଏବଂ ଟାଟା ମେମୋରିଆଲ୍ ସେଣ୍ଟରକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି । ନବୀନ କହିଛନ୍ତି, କ୍ୟାନସର ହସ୍ପିଟାଲକୁ ପ୍ରଶସ୍ତ ରାସ୍ତା ସହ ମୋ ବସ୍ ସେବା, ସ୍ୱତନ୍ତ୍ର ଅଗ୍ନିଶମ ସେବା କେନ୍ଦ୍ର ରହିବ । ଏହି ହସ୍ପିଟାଲକୁ ରାଜ୍ୟ ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନ୍ତର୍ଭୁକ୍ତ କରି ହିତାଧିକାରୀଙ୍କୁ ମାଗଣା କର୍କଟ ଚିକିତ୍ସା ଯୋଗାଇ ଦେବେ । କ୍ୟାନସର ହସ୍ପିଟାଲ୍ ପରିସରରେ ଆହାର କେନ୍ଦ୍ର ମଧ୍ୟ ଖୋଲାଯିବ ।

Tags: