ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି ନବୀନ ନିବାସ ଯାଇ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ନିକଟରେ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି ନବୀନ । ଡିହାଇଡ୍ରେସନ କାରଣରୁ ରବିବାର ସନ୍ଧ୍ୟାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ ପଟ୍ଟନାୟକ। ପ୍ରାୟ ୭୭ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ। ଶରୀରରେ […]

ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
Samaya Live Picture
Published On

ଭୁବନେଶ୍ୱର : ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି ନବୀନ ନିବାସ ଯାଇ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ନିକଟରେ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି ନବୀନ । ଡିହାଇଡ୍ରେସନ କାରଣରୁ ରବିବାର ସନ୍ଧ୍ୟାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ ପଟ୍ଟନାୟକ। ପ୍ରାୟ ୭୭ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ। ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିଥିଲା । ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ଥିବା କଥା ଶୁଣିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଫୋନ୍ କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ।

Tags: