ସୁନାମଧନ୍ୟା କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର : ଗତକାଲି ସନ୍ଧ୍ୟାବେଳେ ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ ଘଟିଛି I ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା I ଦୀର୍ଘ ଦିନରୁ ସେ ଗଳା କର୍କଟ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ I ମଙ୍ଗଳବାର ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ କରାଯିବ ବୋଲି ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି I ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ କରାଜି ବୋଲି ମୁଖ୍ୟମନ୍ତ୍ରୀ […]
ଭୁବନେଶ୍ୱର : ଗତକାଲି ସନ୍ଧ୍ୟାବେଳେ ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ ଘଟିଛି I ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା I ଦୀର୍ଘ ଦିନରୁ ସେ ଗଳା କର୍କଟ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ I ମଙ୍ଗଳବାର ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ କରାଯିବ ବୋଲି ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି I ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ କରାଜି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି I
ଶାନ୍ତିଲତାଙ୍କ ଅକାଳ ବିୟୋଗରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ନିଜ ଏକ୍ସ ଆକାଉଣ୍ଟରେ ଶାନ୍ତିଲତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଓଡ଼ିଆ ସଙ୍ଗୀତ, ମୁଖ୍ୟତଃ ଭକ୍ତି ସଙ୍ଗୀତକୁ ତାଙ୍କର ଅବଦାନ ଅନନ୍ୟ ବୋଲି ଲେଖିଛନ୍ତି। ନିଜର କୃତି ଓ କୀର୍ତ୍ତି ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଗଭୀର ଶୋକବ୍ୟକ୍ତ କରିଛନ୍ତି। ସେ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ। ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ସେ ଓଡ଼ିଶାର ଘରେଘରେ ସୁପରିଚିତ ଥିଲେ। ତାଙ୍କ ଭଜନ ଭକ୍ତି ଓ ସମର୍ପଣର ସଙ୍ଗୀତମୟ ନିବେଦନ ଥିଲା। ତାଙ୍କ ସ୍ବର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା। ତାଙ୍କ ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶାନ୍ତିଲତାଙ୍କ ବିୟୋଗରେ ଦୁଃଖିତ ଓ ମର୍ମାହତ ଥିବା ଉଲ୍ଲେଖ କରିଛନ୍ତି। ତାଙ୍କର ଗୀତରେ ଆଧ୍ୟାତ୍ମିକତାର ଆବେଗ ଓ ସମର୍ପଣ ଭାବନା ଥିଲା। ସଙ୍ଗୀତ ମାଧ୍ୟମରେ ସେ ଓଡ଼ିଶାର ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡିଥିଲେ। ତାଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି ବୋଲି ସେ କହିଛନ୍ତି।
ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ । ନିଜ କଣ୍ଠର ଯାଦୁଗରୀରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି । ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ସୃଷ୍ଟି କରେ । ସେ ଗାଇଥିବା ଭକ୍ତି ସଙ୍ଗୀତ ପ୍ରତି ଦେଶ ବିଦେଶରେ ଲୋକଙ୍କର ବେଶ୍ ଆଦର ରହିଛି । ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଛି ।




