ଆଜି ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର:ଆଜି ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତକୁ ଜି-୨୦ ଅଧ୍ୟକ୍ଷ ପଦ ମିଳିବା ପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପୂର୍ବ ବୈଠକ ରାଷ୍ଟ୍ରପତି ଭବନରେ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ସକାଳ ୧୦ଟା ୧୫ ମିନିଟ୍‌ରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧ୍ୟାହ୍ନ ୧୨ଟା ୧୫ […]

Samaya Live Picture
Published On

ଭୁବନେଶ୍ୱର:ଆଜି ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତକୁ ଜି-୨୦ ଅଧ୍ୟକ୍ଷ ପଦ ମିଳିବା ପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପୂର୍ବ ବୈଠକ ରାଷ୍ଟ୍ରପତି ଭବନରେ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ସକାଳ ୧୦ଟା ୧୫ ମିନିଟ୍‌ରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧ୍ୟାହ୍ନ ୧୨ଟା ୧୫ ମିନିଟ୍‌ରେ ଦିଲ୍ଲୀରେ ପହଞ୍ଚିବେ ।

ଦେଶର ସବୁ ରାଜନୈତିକ ଦଳ କେନ୍ଦ୍ର ସରକାରଙ୍କ ଦ୍ଵାରା ଡକାଯାଇଥିବା ଏହି ବୈଠକରେ ଯୋଗଦେବେ । ବିଜେପି ସଭାପତି ଜେପି ନାଡ୍ଡା, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ , ତୃଣମୂଳ କଂଗ୍ରେସ ସଭାପତି ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମକେ ସଭାପତି ତଥା ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ତେଲୁଗୁ ଦେଶମ ଦଳର ସଭାପତି ଚନ୍ଦ୍ରବାବୁ ନାଇଡୁ ଏବଂ ବିଜୁ ଜନତା ଦଳର ମୁଖ୍ୟ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଏହି ସଭାରେ ଯୋଗଦେବେ । ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ୨୦୨୩ ନଭେମ୍ବର ମାସ ସୁଦ୍ଧା ଜି-୨୦ର ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ I

Tags: