ରାଞ୍ଚି ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଝାଡ଼ଖଣ୍ଡ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୁରୁବାର ରାଞ୍ଚିରେ ଅନୁଷ୍ଠିତ ହେବାକୁ ଥିବା ୨୭ତମ ଇଷ୍ଟର୍ଣ୍ଣ ଜୋନାଲ୍ କାଉନସିଲ୍ ବୈଠକରେ ଯୋଗଦେବେ । ଆଜି ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏହି ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ନେଇ ବୈଠକ ବସିବ। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମୁଖ୍ୟ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ […]
ଭୁବନେଶ୍ୱର : ଝାଡ଼ଖଣ୍ଡ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୁରୁବାର ରାଞ୍ଚିରେ ଅନୁଷ୍ଠିତ ହେବାକୁ ଥିବା ୨୭ତମ ଇଷ୍ଟର୍ଣ୍ଣ ଜୋନାଲ୍ କାଉନସିଲ୍ ବୈଠକରେ ଯୋଗଦେବେ । ଆଜି ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏହି ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ନେଇ ବୈଠକ ବସିବ। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମୁଖ୍ୟ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରମୁଖ ଯୋଗଦେବେ ବୋଲି ଜଣାପଡିଛି।
ଏହି ବୈଠକରେ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ଆଭ୍ୟନ୍ତରୀଣ ସୁରକ୍ଷା, ମାଓବାଦୀ ସମସ୍ୟା, ଅନ୍ତଃରାଜ୍ୟ ସମନ୍ୱୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ ଆଞ୍ଚଳିକ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ସମେତ ଅନ୍ୟ ପ୍ରଶାସନିକ ଓ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ଉଠାଇବେ ବୋଲି ଜଣାପଡ଼ିଛି। ଏହି ବୈଠକ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ବିକାଶ ଓ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବ ବୋଲି ସୂଚନା ମିଳିଛି।




