ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
Samaya Live News Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଏକ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏହି ସରକାରୀ ଗସ୍ତ କାଳରେ ସେ କେତେକ ପ୍ରମୁଖ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ରାଜ୍ୟର ବିଭିନ୍ନ ବିକାଶମୂଳକ ଓ ପ୍ରସ୍ତାବିତ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାର ସ୍ୱାର୍ଥ ସହ ଜଡ଼ିତ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଏବଂ କେନ୍ଦ୍ରୀୟ ସହାୟତା ନେଇ ଏହି ବୈଠକଗୁଡ଼ିକରେ ସେ ଦାବି ଉପସ୍ଥାପନ କରିପାରନ୍ତି । ଅନ୍ୟପଟେ ଓଡ଼ିଶାରେ ମୋହନ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ଆସନ୍ତା ମାସରେ ଦୁଇ ବର୍ଷ ପୂରଣ କରିବାକୁ ଯାଉଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ଆଜିର ଦିଲ୍ଲୀ ଗସ୍ତ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି କରିଛି । ସରକାର ୨୩ ମାସର କାର୍ଯ୍ୟକାଳ ଶେଷ କରିଥିବା ବେଳେ ଏହି ଗସ୍ତ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚାକୁ ଆହୁରି ସତେଜ କରିଛି ।

Tags: