ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଜ୍ଞାପନ

 ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର: ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ଏହି ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହିତ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପ୍ରଭାତୀ ପରିଡ଼ା ଏବଂଉପସ୍ଥିତ ଅନ୍ୟ ବିଧାୟକ ଗଣ ମଧ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି  ।

ସମ୍ବନ୍ଧିତ ଖବର ବିଶିଷ୍ଟ ଘୋଡାନାଚ କଳାକାର ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

ମୁଖ୍ୟମନ୍ତ୍ରୀ ନିଜସ୍ୱ ଏକ୍ସରେ ପୋଷ୍ଟ କରି କହିଛନ୍ତି ,ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ‘ଉତ୍କଳ କେଶରୀ’ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ଓଡ଼ିଶାର ଉନ୍ନତି ପାଇଁ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ । ରାଜନୈତିକ ଦୃଷ୍ଟିକୋଣ ସହିତ ସାହିତ୍ୟ, ସଂସ୍କୃତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ ସେ ଥିଲେ ଏକ ଦୂରଦର୍ଶୀ ନେତୃତ୍ୱ । ତାଙ୍କ ଆଦର୍ଶ ଓ ତ୍ୟାଗ ସର୍ବଦା ଆମକୁ ପ୍ରେରଣା ପ୍ରଦାନ କରୁଥାଉ ।

ସମ୍ବନ୍ଧିତ ଖବର ଧାନ ପାଇଁ ଗଲା ୨ ଚାଷୀଙ୍କ ଜୀବନ

ସେହିପରି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏକ୍ସରେ ପୋଷ୍ଟ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ଲେଖିଛନ୍ତି ସ୍ୱାଧୀନତା ସଂଗ୍ରାମୀ ତଥା ଆଧୁନିକ ଓଡ଼ିଶାର ନିର୍ମାତା ଉତ୍କଳ କେଶରୀ ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି । ରାଜ୍ୟକୁ ପ୍ରଗତିଶୀଳ କରି ଲୋକଙ୍କ ଜୀବନରେ ଉନ୍ନତି ଆଣିବା ସହ ସାହିତ୍ୟ ଓ ସାମ୍ବାଦିକତାର ମାନ ବୃଦ୍ଧିରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ।

ସମ୍ବନ୍ଧିତ ଖବର ଦିନ ୧୧.୩୦ ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି

 

Tags: