ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡ଼ିକ ମଧ୍ୟରେ ଗଣିତ, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଜୀବ ବିଜ୍ଞାନ ଆଜି ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି । 

ସମ୍ବନ୍ଧିତ ଖବର ବ୍ରହ୍ମପୁରରେ ଭୟଙ୍କର ସଡକ ଦୁର୍ଘଟଣା ୫ ମୃତ,୬ ଆହତ

ଓଡ଼ିଆ ଭାଷାରେ ଏହିଭଳି ବହି ଆଗରୁ ନଥିବାରୁ ରାଜ୍ୟ ସରକାର ପ୍ରତ୍ୟେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୧୦ ରୁ ୨୦ ଟି ବହି ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଉଚ୍ଚ ଶିକ୍ଷା ବିଦ୍ୟାଳୟର ଗ୍ରନ୍ଥାଳୟରେ ଏହି ବହି ଉପଲବ୍ଧ ହେବ ଓ ପିଲାମାନେ ଏହାକୁ ପଢ଼ି ପାରିବେ । ଏହି ପୁସ୍ତକ ଗୁଡ଼ିକ ପ୍ରତ୍ୟେକ ଜିଲ୍ଲାର ସଦର ମହକୁମାରେ ବିଭିନ୍ନ ଦୋକାନରେ ଉପଲବ୍ଧ ହେବା ପାଇଁ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା ପ୍ରଚେଷ୍ଟା କରିବ । ଏହି ପୁସ୍ତକ ସମୁଦାୟ ୭୦୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧,୨୦, ୦୦୦ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ହେବ ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

ପରବର୍ତ୍ତୀ ପର୍ଯ୍ୟାୟରେ ଦ୍ଵାଦଶ ଶ୍ରେଣୀ ପାଇଁ ମଧ୍ୟ ଓଡ଼ିଆ ଭାଷାରେ ବିଜ୍ଞାନ ପୁସ୍ତକ ପ୍ରସ୍ତୁତ କରିବାର ଯୋଜନା ରହିଛି । ଏହାଫଳରେ ପ୍ରାଥମିକ ଶିକ୍ଷାରୁ ଉଚ୍ଚ ବୈଷୟିକ ଶିକ୍ଷା ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରର ଛାତ୍ରଛାତ୍ରୀମାନଙ୍କ ପାଇଁ ଓଡ଼ିଆ ଭାଷାରେ ସନ୍ଦର୍ଭ ପୁସ୍ତକ ଉପଲବ୍ଧ କରିବା ପାଇଁ ଏକ ବଳିଷ୍ଠ ପଦକ୍ଷେପ ହେବ ।
 

ସମ୍ବନ୍ଧିତ ଖବର ମର୍ଯ୍ୟାଦା ପାଇଁ ଲଢ଼ିବୁ ରାଜ୍ୟସଭା ନିର୍ବାଚନ - ଭକ୍ତ

 

Tags: