ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ,ଜିରୋ କାଜୁଆଲିଟି ଲକ୍ଷ୍ୟ ସଫଳ
ଭୁବନେଶ୍ୱର : ବାତ୍ୟା ପରବର୍ତ୍ତୀ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ବାତ୍ୟା ମୁକାବିଲାରେ ଆମେ ସଫଳ ହୋଇଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଜିରୋ କାଜୁଆଲିଟି ଲକ୍ଷ୍ୟ ସଫଳ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟାରେ କେହି ମୃତାହତ ହୋଇନାହାଁନ୍ତି । ସେହିଭଳି ଦିନ ୧ଟା ସୁଦ୍ଧା ଗଛ ପଡିଥିବା ସମସ୍ତ ରାସ୍ତାରୁ ଅବରୋଧ ହଟିବ ଏବଂ ସଂଧ୍ୟା ସୁଦ୍ଧା ସବୁ ଅଞ୍ଚଳକୁ ବିଜୁଳି ଯୋଗାଣ ସ୍ବାଭାବିକ ହେବ ବୋଲି […]
ଭୁବନେଶ୍ୱର : ବାତ୍ୟା ପରବର୍ତ୍ତୀ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ବାତ୍ୟା ମୁକାବିଲାରେ ଆମେ ସଫଳ ହୋଇଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଜିରୋ କାଜୁଆଲିଟି ଲକ୍ଷ୍ୟ ସଫଳ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟାରେ କେହି ମୃତାହତ ହୋଇନାହାଁନ୍ତି । ସେହିଭଳି ଦିନ ୧ଟା ସୁଦ୍ଧା ଗଛ ପଡିଥିବା ସମସ୍ତ ରାସ୍ତାରୁ ଅବରୋଧ ହଟିବ ଏବଂ ସଂଧ୍ୟା ସୁଦ୍ଧା ସବୁ ଅଞ୍ଚଳକୁ ବିଜୁଳି ଯୋଗାଣ ସ୍ବାଭାବିକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। । ସମୀକ୍ଷା ବୈଠକରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ୱାଇ ବି ଖୁରାନିଆ ଓ ସ୍ୱତନ୍ତ୍ର ରିଲିଫ୍ପ୍ରକମିଶନର ମୁଖ୍ୟ ଉପସ୍ଥିତ ଥିଲେ ।
୬ ହଜାରରୁ ଉର୍ଦ୍ଧ ର୍ଗଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ଗତକାଲି ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି । ଉଭୟ ମା’ଓ ଶିଶୁ ସୁସ୍ଥ ଅଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ପରର୍ବତ୍ତୀ ସ୍ଥିତି ଆକଳନ ପାଇଁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି ।
ଟିମ୍ ୱାର୍କ ଓ ପ୍ରଶାସନିକ ତତ୍ପରତା ଯୋଗୁଁ ବିଶେଷ କ୍ଷୟକ୍ଷତି ହୋଇନାହିଁ । ଯେଉଁ ସବୁ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ ହୋଇଛି ଆଜି ଅପରାହ୍ନ ଗୋଟେ ସୁଦ୍ଧା ସେ ସବୁ ହଟାଯିବ । ସନ୍ଧ୍ୟା ସୁଦ୍ଧା ସାରା ରାଜ୍ୟରେ ସ୍ୱାଭାବିକ ହେବ ବିଦ୍ୟୁତ ସେବା । ୮ଟା ପରଠାରୁ ବିମାନ ଚଳାଚଳ ସ୍ୱାଭାବିକ ହୋଇଛି ।
କ୍ଷୟକ୍ଷତି ଆକଳନ ନେଇ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ କାର୍ଯ୍ୟ ପ୍ରଶଂସନୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ତ୍ରୀମାନେ ମଧ୍ୟ ତ୍ରୁଣମୂଳସ୍ତରରେ ରହି ତଦାରଖ କରୁଛନ୍ତି ।




