ମୟୁରଭଞ୍ଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ,୩୯ ଟି ଉନ୍ନୟନମୂଳକ କାର୍ଯ୍ୟକ୍ରମର ଭିତ୍ତିପ୍ରସ୍ତର ସ୍ଥାପନ

ମୟୁରଭଞ୍ଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ,୩୯ ଟି ଉନ୍ନୟନମୂଳକ କାର୍ଯ୍ୟକ୍ରମର ଭିତ୍ତିପ୍ରସ୍ତର ସ୍ଥାପନ
Samaya Live News Picture
Published On

ଭୁବନେଶ୍ୱର :  ମୟୁରଭଞ୍ଜ ବାସୀଙ୍କ ପାଇଁ ଖୁସି ଖବର। ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ୪୩୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ସହ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ନୂତନ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲ ଉଦ୍‍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲାର ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ ମୋଟ ୪୩୦ କୋଟି ୨୬ ଲକ୍ଷ ଟଙ୍କା ବିନିଯୋଗ କରାଯାଉଛି ।

ଏହି ବୃହତ ବ୍ୟୟବରାଦ ଅଧୀନରେ ଗମନାଗମନ, ସ୍ୱାସ୍ଥ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ଜନକଲ୍ୟାଣକାରୀ କ୍ଷେତ୍ର ସହିତ ଜଡ଼ିତ ୩୯ଟି ପ୍ରମୁଖ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ୨୮୨ କୋଟିରୁ ଅଧିକ ଟଙ୍କା ମୂଲ୍ୟର ୨୧ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ୧୪୯ କୋଟିରୁ ଅଧିକ ଟଙ୍କା ମୂଲ୍ୟର ୧୮ଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନ କରାଯାଇଛି।

ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୮୩ଟି ପାନୀୟ ଜଳ ପ୍ରକଳ୍ପ ଉଦ୍ ଘାଟିତ ହୋଇଛି। ଏହିଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,ବର୍ତ୍ତମାନର ସରକାର ଆସିବାର ମାତ୍ର ୨୦ ମାସ ମଧ୍ୟରେ ଯାଜପୁର, କନ୍ଧମାଳ ଓ ତାଳଚେରରେ ୩ଟି ନୂଆ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରାଯାଇଛି। ଗତ ଫେବୃଆରୀ ମାସରେ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ପାଇଁ ଶୁଭ ଦିଆଯାଇଥିବା ବେଳେ ଖୁବ୍ ଶୀଘ୍ର ଢେଙ୍କାନାଳ, ଜଗତସିଂହପୁର ଓ ଭଦ୍ରକରେ ମଧ୍ୟ ମେଡିକାଲ କଲେଜ ସ୍ଥାପନ ହେବ।

Tags: