ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ
ଭୁବନେଶ୍ୱର: ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉଭୟଙ୍କ ମଧ୍ୟରେ ଅଧଘଣ୍ଟାରୁ ଅଧିକ ସମୟ ଧରି ଆଲୋଚନା ହୋଇଥିବା ଜଣାପଡ଼ିଛି ।
ଏହି ସାକ୍ଷାତକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ବଢ଼ିଛି । କେଉଁ ପ୍ରସଙ୍ଗକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି, ତାହା ସ୍ପଷ୍ଟ ହୋଇନାହିଁ। ତେବେ ମନ୍ତ୍ରୀମଣ୍ଡଳ ଅଦଳବଦଳକୁ ନେଇ ଚର୍ଚ୍ଚା ହେଉଛି । ଦୀର୍ଘ ୨୮ମାସ ପରେ ହୋଇପାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ । ତେବେ ଆଲୋଚନାର ବିଷୟବସ୍ତୁ ନେଇ ଆନୁଷ୍ଠାନିକ ସୂଚନା ମିଳିନାହିଁ।
ସୂଚନାଯୋଗ୍ୟ, ନିକଟରେ ରାଜ୍ୟପାଳ ଦିଲ୍ଲୀ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଥିଲେ। ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ଏହି ସାକ୍ଷାତ ହୋଇଛି।
Tags:




