ମୁଖ୍ୟମନ୍ତ୍ରୀଙ୍କ କନ୍ୟା ବିବାହ ଯୋଜନା,ମିଳିବ ୫୧ ହଜାର ଟଙ୍କାର ସହାୟତା ରାଶି
By: Samaya Live News
ଭୁବେନଶ୍ୱର : କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର । ଏହି ଯୋଜନା ରାଜ୍ୟର ସମସ୍ତ ଜିଲ୍ଲାରେ କାର୍ଯ୍ୟକାରୀ ହେବ। ୨୦୨୫-୨୬ ରୁ ୨୦୨୯-୩୦ ବର୍ଷ ପର୍ଯ୍ୟନ୍ତ ଯୋଜନା ଚାଲୁ ରହିବ । ଉପଲବ୍ଧ ବଜେଟ୍ ମଧ୍ୟରେ ଯୋଗ୍ୟତା ମାନଦଣ୍ଡ ପୂରଣ କରୁଥିବା ଦମ୍ପତିଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ । ଏନେଇ ସବୁ ଜିଲ୍ଲାପାଳଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗକୁ ଚିଠି ଜାରି କରାଯାଇଛି।
ଝିଅ ବୟସ ୧୮ରୁ ୩୫ ବର୍ଷ, ପୁଅ ବୟସ ୨୧ରୁ ୩୫ ବର୍ଷ ହୋଇଥିଲେ ମିଳିବ ସହାୟତା ରାଶି। ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କାର ସହାୟତା ରାଶି । ଡିବିଟି ମାଧ୍ୟମରେ ସିଧା ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା । ଏଥିସହ ବିବାହ ଉପହାର ୧୦ ହଜାର, ଆୟୋଜନ ପାଇଁ ସଂସ୍ଥାକୁ ମିଳିବ ୬ ହଜାର ଟଙ୍କା ମିଳିବ। ବିଧବା, ଦିବ୍ୟାଙ୍ଗ, SC/ST, ଆର୍ଥିକ ଅନଗ୍ରସରଙ୍କୁ ମଧ୍ୟ ମିଳିବ ସହାୟତା । ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର ।
Read More ଫେବୃଆରୀ ୧୯ ରୁ ମାଟ୍ରିକ ପରୀକ୍ଷା ଆରମ୍ଭ
Tags:


