ମୁଖ୍ୟମନ୍ତ୍ରୀଙ୍କ କନ୍ୟା ବିବାହ ଯୋଜନା,ମିଳିବ ୫୧ ହଜାର ଟଙ୍କାର ସହାୟତା ରାଶି

ମୁଖ୍ୟମନ୍ତ୍ରୀଙ୍କ କନ୍ୟା ବିବାହ ଯୋଜନା,ମିଳିବ ୫୧ ହଜାର ଟଙ୍କାର ସହାୟତା ରାଶି

ଭୁବେନଶ୍ୱର : କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର । ଏହି ଯୋଜନା ରାଜ୍ୟର ସମସ୍ତ ଜିଲ୍ଲାରେ କାର୍ଯ୍ୟକାରୀ ହେବ। ୨୦୨୫-୨୬ ରୁ ୨୦୨୯-୩୦ ବର୍ଷ ପର୍ଯ୍ୟନ୍ତ ଯୋଜନା ଚାଲୁ ରହିବ । ଉପଲବ୍ଧ ବଜେଟ୍ ମଧ୍ୟରେ ଯୋଗ୍ୟତା ମାନଦଣ୍ଡ ପୂରଣ କରୁଥିବା ଦମ୍ପତିଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ । ଏନେଇ ସବୁ ଜିଲ୍ଲାପାଳଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗକୁ ଚିଠି ଜାରି କରାଯାଇଛି। 

ସମ୍ବନ୍ଧିତ ଖବର ଝାରସୁଗୁଡା ଜିଲ୍ଲା ରେଳଷ୍ଟେସନରେ ନିଆଁ

ଝିଅ ବୟସ ୧୮ରୁ ୩୫ ବର୍ଷ, ପୁଅ ବୟସ ୨୧ରୁ ୩୫ ବର୍ଷ ହୋଇଥିଲେ ମିଳିବ ସହାୟତା ରାଶି। ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କାର ସହାୟତା ରାଶି । ଡିବିଟି ମାଧ୍ୟମରେ ସିଧା ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା । ଏଥିସହ ବିବାହ ଉପହାର ୧୦ ହଜାର, ଆୟୋଜନ ପାଇଁ ସଂସ୍ଥାକୁ ମିଳିବ ୬ ହଜାର ଟଙ୍କା ମିଳିବ। ବିଧବା, ଦିବ୍ୟାଙ୍ଗ, SC/ST, ଆର୍ଥିକ ଅନଗ୍ରସରଙ୍କୁ ମଧ୍ୟ ମିଳିବ ସହାୟତା । ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । 

ସମ୍ବନ୍ଧିତ ଖବର  ପାଣି ବୋତଲ ଭିତରେ ଗଞ୍ଜେଇ ଚାଲାଣ

 

ସମ୍ବନ୍ଧିତ ଖବର ମକର ସଂକ୍ରାନ୍ତିରେ ଲିଙ୍ଗରାଜ ମହାପ୍ରଭୁଙ୍କ ନୀତି ବିଭ୍ରାଟ

Tags: