ଅଗଷ୍ଟ ୨୪ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି
ଭୁବନେଶ୍ବର: ଅଗଷ୍ଟ ୨୪ ସୋମବାର ରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ବରସ୍ଥିତ ୟୁନିଟ୍-୨ ଅଶୋକ ନଗର ନିକଟ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ)ଠାରେ ସକାଳ ୮ଟାରୁ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଅଗଷ୍ଟ ୧୯ ପୂର୍ବାହ୍ନ ୧୧ଟା ଆରମ୍ଭ ହେବ । ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ବୀକାରପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ତଥା ନିଜର ଅଭିଯୋଗପତ୍ର ସହ ଉପରୋକ୍ତ ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବାକୁ କୁହାଯାଇଛି । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Tags:




