ଯୁଦ୍ଧ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଅସାଧୁ ବ୍ୟବସାୟୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଯୁଦ୍ଧ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
Samaya Live News Picture
Published On

ଭୁବନେଶ୍ୱର  : ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସାରା ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଛି ଅତ୍ୟାବଶ୍ୟକୀୟ ସାମଗ୍ରୀର କୃତ୍ରିମ ଅଭାବ । କିଛି ମୁନାଫାଖୋର ଅସାଧୁ ବ୍ୟବସାୟୀ ଏହାର ଭରପୁର ଫାଇଦା ଉଠାଉଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ସମୀକ୍ଷା ବୈଠକ । ଏହି ଘଡିସନ୍ଧି ମୁହୂର୍ତ୍ତରେ ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସଂପର୍କରେ ଆଲୋଚନା ହୋଇଥିଲା । କୃତ୍ରିମ ଅଭାବ ସୃଷ୍ଟି କରୁଥିବା ଅସାଧୁ ବ୍ୟବସାୟୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ  ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ଆବଶ୍ୟକତା ଅନୁଯାୟୀ ପେଟ୍ରୋଲିୟମ, ଗ୍ୟାସ ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ଅଛି । ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଯେପରି ଅତ୍ୟାବଶ୍ୟକ ଦ୍ରବ୍ୟ ଗୁଡ଼ିକର କଳାବଜାରୀ ନହୁଏ, ସେଥିପ୍ରତି ସଜାଗ ରହିବା ସହିତ ରାଜ୍ୟବ୍ୟାପୀ ଚଢ଼ାଉ କରି ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ରବିଋତୁ ଚାଷ ପାଇଁ ଯଥେଷ୍ଟ ସାର ମହଜୁଦ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଏ ସମସ୍ୟା ବିଷୟରେ ରାଜ୍ୟବାସୀ ଯେପରି ଆଶଙ୍କିତ ନ ହୁଅନ୍ତି, ସେଥିପ୍ରତି ସରକାରୀସ୍ତରରେ ବ୍ୟାପକ ଜନ ସଚେତନତା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ  ପରାମର୍ଶ ଦେଇଛନ୍ତି। 

Tags: