ରେଳ ସଂଯୋଗୀକରଣ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ରେଳ ସଂଯୋଗୀକରଣ ପାଇଁ  ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
Samaya Live News Picture
Published On

ଭୁବନେଶ୍ୱର : ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ । କେନ୍ଦ୍ର ସରକାର ପୋତ୍ତନୁର  ଏବଂ ଧାନବାଦକୁ ସଂଯୋଗ କରିବା ପାଇଁ ଏକ ନୂତନ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ କରିଛନ୍ତି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ ପତ୍ର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏହି ସୂଚନା ଦେଇଛନ୍ତି। ଓଡ଼ିଶା-ତାମିଲନାଡୁ-ଝାଡ଼ଖଣ୍ଡ ମଧ୍ୟରେ ରେଳ ସଂଯୋଗୀକରଣକୁ ନେଇ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  । 

ରାଜ୍ୟରେ ରେଳ ସଂଯୋଗକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବା ପାଇଁ କୋଏମ୍ବାଟୁର ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର ହୋଇଛି । ଓଡ଼ିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଅମୃତ ଭାରତ ଟ୍ରେନ୍। ଓଡ଼ିଶା, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ମଧ୍ୟରେ ସଂଯୋଗକୁ ସୁଦୃଢ଼ କରିବ। ରାୟଗଡ଼ା, ମୁନିଗୁଡ଼ା, କେସିଙ୍ଗା, ଟିଟିଲାଗଡ଼, ବଲାଙ୍ଗିର ଦେଇ ଯିବ। ବରଗଡ଼ ରୋଡ୍, ସମ୍ବଲପୁର, ଝାରସୁଗୁଡ଼ା, ରାଉରକେଲା ଦେଇ ଯିବ । ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାର ଯାତ୍ରୀମାନେ ଯଥେଷ୍ଟ ଲାଭ ପାଇବେ ।

Tags: