୭ ଟି ବିଭାଗର ୧୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱର ୟୁନିଟ – ୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ବିରାଟ ନିଯୁକ୍ତିମେଳା ଆୟୋଜିତ ହୋଇଛି । ନୂତନ ଭାବରେ ଚୟନ କରାଯାଇଥିବା ୭ଟି ବିଭାଗର ୧୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ। ଏହି ବିଭାଗ ଗୁଡିକ ମଧ୍ୟରୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ୩୪, ଅର୍ଥ ବିଭାଗର ୬୧, […]

୭ ଟି ବିଭାଗର ୧୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ
Samaya Live Picture
Published On

ଭୁବନେଶ୍ୱର : ଆଜି ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱର ୟୁନିଟ – ୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ବିରାଟ ନିଯୁକ୍ତିମେଳା ଆୟୋଜିତ ହୋଇଛି । ନୂତନ ଭାବରେ ଚୟନ କରାଯାଇଥିବା ୭ଟି ବିଭାଗର ୧୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ। ଏହି ବିଭାଗ ଗୁଡିକ ମଧ୍ୟରୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ୩୪, ଅର୍ଥ ବିଭାଗର ୬୧, ଜଳସମ୍ପଦ ବିଭାଗର ୪୧୩, ଆଇନ ବିଭାଗର ୩୭, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ୨୩, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ୯୮୨ ଓ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ୧୩୬ ଜଣଙ୍କୁ ମିଳିବ ନିଯୁକ୍ତି ପତ୍ର ।

ଅନ୍ୟପଟେ ଆଜି ଓୟୁଏଟି ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨୭ ଟି ନୂଆ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଯାହା ୫୧ହଜାର ୮୨୬ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଏଥିରେ ୨୫ ହଜାର ୩୮୦କୋଟି ଟଙ୍କାର ପୁଞ୍ଜିନିବେଶ ରହିଛି । ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରତିଷ୍ଠା ହେବ । ଝାରସୁଗୁଡା, ଗଞ୍ଜାମ, ଖୋର୍ଦ୍ଧା, କୋରାପୁଟ, ଅନୁଗୁଳ, ସୁନ୍ଦରଗଡ, ଭଦ୍ରକ, ପୁରୀ, କଟକ ଏବଂ ସମ୍ବଲପୁର ଜିଲ୍ଲାରେ ସ୍ଥାପନ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓ ଶିଳ୍ପ, ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ ଉପସ୍ଥିତ ରହିବେ ।

Tags: