ଆଜି ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନୂଆ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହିତ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏବଂ କନକ ବର୍ଦ୍ଧନ ସିଂଦେଓ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହମନ୍ତ୍ରୀ ଅମିତ ଶାହ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି,ନଡ୍ଡାଙ୍କୁ ସାକ୍ଷାତ କରିବେ ବୋଲି ଜଣାଯାଇଛି । ଏଥିସହ […]

Samaya Live Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନୂଆ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହିତ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏବଂ କନକ ବର୍ଦ୍ଧନ ସିଂଦେଓ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହମନ୍ତ୍ରୀ ଅମିତ ଶାହ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି,ନଡ୍ଡାଙ୍କୁ ସାକ୍ଷାତ କରିବେ ବୋଲି ଜଣାଯାଇଛି । ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି । ଓଡ଼ିଶାରେ ବିଜେପିର ସରକାର ହେବା ପରେ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ଦିଗରେ କେନ୍ଦ୍ର ସରକାରଙ୍କ ସହ ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ କରାଯିବାର ବି ସୂଚନା ରହିଛି।ସହ ସାକ୍ଷାତ କରିବେ ।

Tags: