ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ‘ଆପଣଙ୍କ ପ୍ରତିଟି ଭୋଟ ଗଣତନ୍ତ୍ରକୁ ମଜବୁତ କରିବ’

ଭୁବନେଶ୍ୱର : ଆଜି ଦେଶର ଚତୁର୍ଥ ଓ ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀର ଲୋକ ସେମାନଙ୍କ ନେତା ବାଛୁଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି। ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର […]

Samaya Live Picture
Published On

ଭୁବନେଶ୍ୱର : ଆଜି ଦେଶର ଚତୁର୍ଥ ଓ ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀର ଲୋକ ସେମାନଙ୍କ ନେତା ବାଛୁଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁସଂଖ୍ୟାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।

Tags: