୪ ଓ ୧୧ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର : ନଭେମ୍ବର ୪ ଓ ୧୧ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ । ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ […]
ଭୁବନେଶ୍ୱର : ନଭେମ୍ବର ୪ ଓ ୧୧ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ । ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ବାତ୍ୟା ‘ଦାନା’ ପାଇଁ ଅକ୍ଟୋବର ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ବନ୍ଦ ରଖାଯାଇଥିଲା ।




