ଆଜି ଗଞ୍ଜାମଓ କନ୍ଧମାଳରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର
ଭୁବନେଶ୍ୱର : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସାରିବାକୁ ଆଉ ୩ ଦିନ ବାକି ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଓ କନ୍ଧମାଳ ଗସ୍ତରେ ଯିବେ । ଦୁଇଟି ଜିଲ୍ଲାରେ କରିବେ ମାରାଥନ ପ୍ରଚାର I ଏନେଇ ଜିଲ୍ଲାବାସୀ ବେଶ ଉତ୍ସାହିତ। ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିବାକୁ ସମସ୍ତେ ଅପେକ୍ଷା କରିଛନ୍ତି। ଦିନିକିଆ ଗସ୍ତରେ ଆସୁଥିବା ମୁଖ୍ୟମନ୍ତ୍ରୀ ପ୍ରଥମେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗସ୍ତ କରିବେ। ଏନେଇ କନିଷିଠାରେ ଆୟୋଜିତ ବିଶାଳ […]
ଭୁବନେଶ୍ୱର : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସାରିବାକୁ ଆଉ ୩ ଦିନ ବାକି ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଓ କନ୍ଧମାଳ ଗସ୍ତରେ ଯିବେ । ଦୁଇଟି ଜିଲ୍ଲାରେ କରିବେ ମାରାଥନ ପ୍ରଚାର I ଏନେଇ ଜିଲ୍ଲାବାସୀ ବେଶ ଉତ୍ସାହିତ। ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିବାକୁ ସମସ୍ତେ ଅପେକ୍ଷା କରିଛନ୍ତି। ଦିନିକିଆ ଗସ୍ତରେ ଆସୁଥିବା ମୁଖ୍ୟମନ୍ତ୍ରୀ ପ୍ରଥମେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗସ୍ତ କରିବେ। ଏନେଇ କନିଷିଠାରେ ଆୟୋଜିତ ବିଶାଳ ଜନସଭାରେ ଉଦ୍ବୋଧନ ଦେବେ। ବ୍ରହ୍ମପୁର, ଗୋପାଳପୁର, ଚିକିଟି, ଦିଗହପଣ୍ଡି ସମେତ ଆଖପାଖ ଅଞ୍ଚଳର ବହୁ ଜନସାଧାରଣ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପରେ ସେ କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିବେ I
ସୂଚନା ଅନୁସାରେ ଗୁରୁବାର ସକାଳ ୯ ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ବାହାରି ୯.୪୦ରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଆସି ପୂର୍ବାହ୍ନ ୧୦.୧୦ରେ ରଙ୍ଗେଇଲୁଣ୍ଡା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କନିଷିଠାରେ ଆୟୋଜିତ ବିଶାଳ ଜନସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ। ସେଠାରୁ ମୁଖ୍ୟମନ୍ତ୍ରୀ ଆସିକା ଯାଇ ସ୍ଥାନୀୟ ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ପହଞ୍ଚିବେ। ସେଠା ଆୟୋଜିତ ବିରାଟ ଜନସଭାରେ ସେ ଯୋଗଦେବେ। ଏଠାରେ ମଧ୍ୟ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର ସାରିବା ପରେ ଫୁଲବାଣୀ ଗସ୍ତ କରିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଭାରେ କନ୍ଧମାଳ ସାଂସଦ ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ। ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।
ସେହିପରି ୧୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ମୋଦିଙ୍କ ଗସ୍ତକୁ ନେଇ ବିଜେପି ମହଲରେ ଉତ୍ସାହର ଲହରି ଖେଳିଯାଇଛି।




