ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନା : ଆଜି ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନା I ଏହି ଯୋଜନା ଅଧୀନରେ ଛାତ୍ରଛାତ୍ରୀମାନେ ବିଭିନ୍ନ ସ୍କଲାରସିପ୍ ପାଇଁ ଆବେଦନ କରିପାରିବେ। ଏଥିପାଇଁ ଶନିବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହି ଆବେଦନ ଚାଲିବ । ଛାତ୍ରଛାତ୍ରୀମାନେ www.samsodisha.gov.inରେ ଆବେଦନ କରିପାରିବେ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ମାର୍ଗଦର୍ଶିକା ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ଉଚ୍ଚଶିକ୍ଷା […]
ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନା I ଏହି ଯୋଜନା ଅଧୀନରେ ଛାତ୍ରଛାତ୍ରୀମାନେ ବିଭିନ୍ନ ସ୍କଲାରସିପ୍ ପାଇଁ ଆବେଦନ କରିପାରିବେ। ଏଥିପାଇଁ ଶନିବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହି ଆବେଦନ ଚାଲିବ । ଛାତ୍ରଛାତ୍ରୀମାନେ www.samsodisha.gov.inରେ ଆବେଦନ କରିପାରିବେ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ମାର୍ଗଦର୍ଶିକା ଜାରି କରାଯାଇଛି।
ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ଉଚ୍ଚଶିକ୍ଷା କ୍ଷେତ୍ରରେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଆର୍ଥିକ ସହାୟତା ଦିଆଯାଉଛି । ଏଥିରେ ଇ-ମେଧାବୃତ୍ତି ସ୍କଲାର୍ସିପ୍,ବ୍ୟାସକବି ଫକୀରମୋହନ ମେଧା ଭାଷାବୃତ୍ତି ଓ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା । ମେଧାବୃତ୍ତି ପାଇବାକୁ ଥିବା ଛାତ୍ରଛାତ୍ରୀଙ୍କ ସଂଖ୍ୟା ବଢ଼ିବା ସହ ବୃତ୍ତି ରାଶି ମଧ୍ୟ ବୃଦ୍ଧି ହୋଇଛି। ମେଧାବୃତ୍ତି ପାଇବାକୁ ଥିବା ହିତାଧିକାରୀଙ୍କ ପରିବାରର ବାର୍ଷିକ ଆୟ ୬ ଲକ୍ଷରୁ ୮ ଲକ୍ଷକୁ ବୃଦ୍ଧି କରାଯାଇଛି। ରାଜ୍ୟର ସମସ୍ତ ସରକାରୀ ଏବଂ ଘରୋଇ ବିଶ୍ୱବିଦ୍ୟାଳୟ,ମହାବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ଉଚ୍ଚଶିକ୍ଷା ବିଭାଗର ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହନ ରାଶି ପାଇବା ନିମନ୍ତେ ଆବେଦନ କରିପାରିବେ I




